pakka

ବାଲିଗୁଡ଼ାରେ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ

bbehera

ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ସ୍ୱାଧିନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଭାରତ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଦେଶ ପାଳୁଛି “ଆଜାଦି କା ଅମୃତ୍ ମହୋତ୍ସବ” । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ଶାଖା ପକ୍ଷରୁ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବାଲିଗୁଡ଼ା ମୁଖ୍ୟ ଶାଖା ପରିଚାଳକ ନିଳକଣ୍ଠ ବେହେରାଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ବାଲିଗୁଡ଼ା ମୁଖ୍ୟ ଶାଖା ସମେତ ବଜାର ଶାଖା, ବାରଖମା ଶାଖା ଓ କ.ନୂଆଗାଁ ଶାଖାର ସମସ୍ତ କର୍ମକର୍ତ୍ତା ଏହି କାର୍ଯ୍ୟକ୍ରମରେ ସାମିଲ୍ ହୋଇଥିଲେ । ସମସ୍ତ କର୍ମଚାରୀ ବାଲିଗୁଡ଼ା ମୁଖ୍ୟ ଶାଖା ସମ୍ମୁଖରୁ ହାତରେ ତ୍ରିରଙ୍ଗା ଧରି ସ୍ଲୋଗାନ୍ ମାନ ଦେଇ ବସଷ୍ଟାଣ୍ଡ ପର୍ଯ୍ୟନ୍ତ ଏକ ଶୋଭାଯାତ୍ରାରେ ବାହାରିଥିଲେ । ଏହାପରେ ଚଳିତ ମାସ ୧୩ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ସମସ୍ତେ ନିଜ ନିଜ ଘରେ ତ୍ରିରଙ୍ଗା ଉଡ଼ାଇବା ସହ ଭାରତ ମା’ର ସେବାରେ ନିଜକୁ ଉତ୍ସର୍ଗୀକୃତ କରିବାକୁ ଶପଥ ଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାଖା ପରିଚାଳକ ନିଳକଣ୍ଠ ବେହେରା ଏହି କାର୍ଯ୍ୟକ୍ରମର ଲକ୍ଷ ଓ ଉଦ୍ଦେଶ୍ୟ ସମ୍ପର୍କରେ ସମସ୍ତଙ୍କୁ ଅବଗତ କରାଇବା ସହ ଜଣେ ଭାରତୀୟ ନାଗରିକ ଭାବେ ନିଜକୁ ଗର୍ବ ଓ ଗୌରବ ଅନୁଭବ କରିବାକୁ ଆହ୍ବାନ୍ ଦେଇଥିଲେ ।

jay balangir
Leave A Reply

Your email address will not be published.

1 + six =