pakka

ରାଉରକେଲାରେ ହର ଘର ତ୍ରିରଙ୍ଗା ଏବଂ ଆଜାଦୀ କା ଅମୃତ ମହୋତ୍ସବ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

bbehera

ରାଉରକେଲା, (ପିଆଇବି) : ରାଉରକେଲାଠାରେ ହର ଘର ତ୍ରିରଙ୍ଗା ଏବଂ ଆଜାଦୀ କା ଅମୃତ ମହୋତ୍ସବ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) ପକ୍ଷରୁ ଏହି ପ୍ରଦର୍ଶନୀ ଆୟୋଜନ କରାଯାଇଛି । ପ୍ରଦର୍ଶନୀର ଉଦଘାଟନୀ ସମାରୋହରେ ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ । ଦେଶ ସ୍ବାଧୀନତାରେ ଦେଶର ଅନାଲୋଚିତ ନାୟକମାନଙ୍କର ଯୋଗଦାନକୁ ନେଇ ଏହି ପ୍ରଦର୍ଶନୀ ଆୟୋଜନ କରାଯାଇଛି । ଦେଶର ଏକତା ଏବଂ ଅଖଣ୍ଡତାକୁ ବଜାୟ ରଖିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରଙ୍କ ଅମଳରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମଧ୍ୟ ଏହି ପ୍ରଦର୍ଶନୀରେ ତଥ୍ୟ ପ୍ରଦାନ କରାଯାଇଛି । ଏହାକୁ ଉଦଘାଟନ କରିବା ପରେ କେନ୍ଦ୍ର ମନ୍ତ୍ରୀ ପ୍ରଦର୍ଶନୀ ପରିସରକୁ ବୁଲି ଦେଖିଥିଲେ ।

jay balangir
Leave A Reply

Your email address will not be published.

15 + nine =