
ଯାଜପୁର : ପାରିବାରିକ କଳହରୁ ଅଭାବନୀୟ ଘଟଣା । ପତ୍ନୀଙ୍କୁ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ପରେ ବିଷ ପିଇଲେ ସ୍ୱାମୀ । ଗୁରୁତର ଅବସ୍ଥାରେ ତାଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଏଭଳି ଘଟଣା ଯାଜପୁର ଜିଲ୍ଲା ସୁକିନ୍ଦା ଥାନା ଅନ୍ତର୍ଗତ ବଞ୍ଜା ଗ୍ରାମରେ ଘଟିଛି । ବିଳମ୍ବିତ ରାତିରେ ପାରିବାରିକ କଳହକୁ କେନ୍ଦ୍ର କରି ଏହି ଘଟଣା ଘଟିଥିବା ଜଣାପଡ଼ିଛି । ତେବେ ଘଟଣାର ପ୍ରକୃତ କାରଣ ଓ ଅନ୍ୟାନ୍ୟ ଦିଗକୁ ନେଇ ପୋଲିସର ତଦନ୍ତ ପରେ ଅଧିକ ତଥ୍ୟ ସାମ୍ନାକୁ ଆସିବ ।