ରାସ୍ତା କଡ଼ରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବୌଦ୍ଧ : ରାସ୍ତା କଡ଼ରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର । ବୌଦ୍ଧ-ବଘିଆପଡା ରାସ୍ତା ବ୍ରାହ୍ମଣୀପାଲି ରାସ୍ତା କଡ଼ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବଘିଆପଡା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନାନୁଯାୟୀ, ବୌଦ୍ଧ ଥାନା ବଘିଆପଡା ଫାଣ୍ଡି ଅନ୍ତର୍ଗତ ବ୍ରାହ୍ମଣୀପାଲି ସ୍ଥିତ ରାସ୍ତାକଡ଼ ଗର୍ତ୍ତରେ ଜଣେ ଅଜଣା ଯୁବକଙ୍କ ମୃତଦେହ ପଡିଥିବା ସ୍ଥାନୀୟ ଲୋକ ଦେଖି ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ତେବେ ମୃତ ଯୁବକଙ୍କ ପରିଚୟ ମିଳିପାରି ନାହିଁ । ଶବଟିର ନିକଟରେ ଏକ ପକେଟ ଡାଏରୀ, ପାଣି ବୋତଲ ଏବଂ ଏକ ଗାମୁଛା ପଡ଼ିଛି । ମୃତଦେହର ବେକରେ କ୍ଷତ ଚିହ୍ନ ରହିଛି । ତେଣୁ ଯୁବକଙ୍କୁ କେହି ହତ୍ୟା କରିଥାଇ ପାରନ୍ତି ବୋଲି ସନ୍ଦେହ କରାଯାଉଛି ।

Leave A Reply

Your email address will not be published.

8 − eight =