ବ୍ରହ୍ମପୁର : ଛୁରା ମାଡ଼ରେ ଯୁବକର ମୃତ୍ୟୁ । ଏଭଳି ଏକ ଘଟଣା ଘଟିଛି ଲାଞ୍ଜିପଲ୍ଲୀ ଚାଣକ୍ୟ ନଗର ଅଞ୍ଚଳରେ । ମୃତକ ହେଲେ କଣ୍ଟ୍ରାକ୍ଟର ଟି.ରାମଚନ୍ଦ୍ର ପାତ୍ର । ପପୁନ ନାମକ ଜଣେ ଯୁବକ ତାଙ୍କୁ ଛୁରୀ ଭୂଷି ହତ୍ୟା କରିଥିବା ଅଭିଯୋଗ ହୋଇଛି । ପ୍ରକାଶ ଯୋଗ୍ୟ ଯେ, ହୋଲି ଖେଳିବା ପରେ ରାମ ନିଜ ଘରେ ଅନ୍ୟ ଏକ ସାଙ୍ଗ ସହ ବସି କଥା ହେଇଥିବାବେଳେ ପପୁନ ଆସିଥିଲା । କିଛି ସମୟ ପରେ କୌଣସି କାରଣକୁ ନେଇ ପପୁନ ଓ ରାମ ମଧ୍ୟରେ ବଚସା ହୋଇଥିଲା । ପରେ ପପୁନ ଏକ ଛୁରୀ ସାହାଯ୍ୟରେ ରାମଙ୍କ ବେକକୁ ଆକ୍ରମଣ କରିବାରୁ ସେ ଗୁରୁତର ହୋଇପଡ଼ିଥିଲେ । ଗୁରୁତର ଅବସ୍ଥାରେ ରାମ ବଡ଼ ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ । ଏଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ । ଅନ୍ୟପକ୍ଷରେ ମଦ ପିଇବାକୁ ନ ଦେବାରୁ ପପୁନ ଛୁରୀ ଭୂଷି ଏଭଳି କାଣ୍ଡ କରିଥିବା କୁହାଯାଉଛି ।
Prev Post