jayashree

ସବୁ ଜିଲ୍ଲାରେ ଆରମ୍ଭ ହୋଇଛି ହେଲ୍‌ପ ଡେସ୍କ୍ ବ୍ୟବସ୍ଥା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗ୍ରୀଷ୍ମ ଅବକାଶ ସମୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ୟ୍ୟନ୍ତ ଶିକ୍ଷାର୍ଥୀମାନଙ୍କ ପାଠପଢାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ “ହଲିଡେ ହୋମ୍‌ୱର୍କ” କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ଏଥିପାଇଁ ସବୁ ଜିଲ୍ଲାରେ ଆରମ୍ଭ ହୋଇଛି ହେଲ୍‌ପ ଡେସ୍କ୍ ବ୍ୟବସ୍ଥା । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସମସ୍ତ ସରକାରୀ କାର୍ଯ୍ୟ ଦିବସରେ ଏହା ଖୋଲା ରହିବ । ସହାୟତା ପ୍ରଦାନ ନିମନ୍ତେ ଜିଲ୍ଲାଗୁଡ଼ିକ ପାଇଁ ଅଲଗା ଅଲଗା ଟୋଲ ଫ୍ରି ନମ୍ବର ଜାରି କରାଯାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.