centurian jitm

ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ ଅସୁସ୍ଥ ହୋଇ ଘରୋଇ ଡାକ୍ତରଖାନାରେ ଭର୍ତ୍ତି

nschool

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ହେମାନନ୍ଦ ବିଶ୍ୱାଳ ଅସୁସ୍ଥ ଥିବା ସୂଚନା ମିଳିଛି । ୧୫ ଦିନ ତଳେ ଶ୍ରୀ ବିଶ୍ୱାଳ ଝାରସୁଗୁଡ଼ାର ନିଜ ଗାଁ ଠାକୁରପଡ଼ାରେ ପ୍ରାତଃ ଭ୍ରମଣ କରୁଥିଲା ବେଳେ ହଠାତ କୌଣସି କାରଣରୁ ତଳେ ପଡ଼ି ଯାଇଥିଲେ ଓ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସିତ ହୋଇ ଘରକୁ ଫେରିଥିଲେ । କିନ୍ତୁ ପରେ ତାଙ୍କୁ ଜ୍ୱର ହୋଇଥିଲା ଓ ସେ ଅତ୍ୟନ୍ତ ଦୁର୍ବଳ ଅନୁଭବ କରିଥିବା ବେଳେ ତାଙ୍କୁ ଭୁବନେଶ୍ୱର ଅଣାଯାଇ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଏବେ ସେ ଚିକିତ୍ସାଧୀନ ଅବସ୍ଥାରେ ଥିବା ପରିବାର ସୂତ୍ରରୁ ସୂଚନା ମିଳିଛି ।

Leave A Reply

Your email address will not be published.