jayashree

ଜାନୁଆରୀ ୮ରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

  • ଦେଶର ବିଭିନ୍ନ ସ୍ଥାନରୁ ହଜାର ହଜାର ବିକଶିତ ଭାରତ ସଂକଳ୍ପ ଯାତ୍ରା ହିତାଧିକାରୀ ଏହି କାର୍ଯ୍ୟକ୍ରମରେ ଯୋଗଦେବେ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୮, ୨୦୨୪ ଦିନ ୧୨. ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ଆଲୋଚନା କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ସମାବେଶକୁ ସମ୍ବୋଧିତ କରିବେ । ଦେଶବ୍ୟାପୀ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହଜାର ହଜାର ହିତାଧିକାରୀ ଏହି କାର୍ଯ୍ୟକ୍ରମରେ ଯୋଗଦେବେ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ, ସାଂସଦ, ବିଧାୟକ ଓ ସ୍ଥାନୀୟସ୍ତରର ପ୍ରତିନିଧିମାନେ ଯୋଗଦେବେ । ୧୫ ନଭେମ୍ବର, ୨୦୨୩ରେ ଏହାର ଶୁଭାରମ୍ଭ ପରଠାରୁ ପ୍ରଧାନମନ୍ତ୍ରୀ ସମଗ୍ର ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ନିୟମିତ ଭାବରେ ଆଲୋଚନା କରିଛନ୍ତି । ଭିଡିଓ କନଫରେନ୍ସିଂ ମାଧ୍ୟମରେ (୩୦ ନଭେମ୍ବର, ୯ ଡିସେମ୍ବର ୧୬ ଏବଂ ଡିସେମ୍ବର ୨୭) ଏହି ଆଲୋଚନା ଚାରିଥର ହୋଇଛି । ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ ଗତ ମାସରେ ବାରଣାସୀ ଗସ୍ତ ସମୟରେ କ୍ରମାଗତ ଦୁଇଦିନ (ଡିସେମ୍ବର ୧୭-୧୮) ବିକଶିତ ଭାରତ ସଂକଳ୍ପ ଯାତ୍ରା ହିତାଧିକାରୀଙ୍କ ସହ ପ୍ରତ୍ୟକ୍ଷ ଆଲୋଚନା କରିଛନ୍ତି । ଏହି ଯୋଜନା ଗୁଡ଼ିକର ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀଙ୍କ ପାଖରେ ପହଂଚିପାରିବ ସେଥିପାଇଁ ସରକାରଙ୍କ ପ୍ରମୁଖ ଯୋଜନା ଗୁଡ଼ିକର ସମନ୍ୱୟ ହାସଲ କରିବା ଉଦ୍ଦେଶ୍ୟରେ ସମଗ୍ର ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରା କରାଯାଉଛି । ଜାନୁଆରୀ ୫, ୨୦୨୪ରେ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଅଂଶଗ୍ରହଣକାରୀଙ୍କ ସଂଖ୍ୟା ୧୦ କୋଟି ଅତିକ୍ରମ କରିବା ସହ ଏକ ବଡ଼ ମାଇଲଖୁଣ୍ଟ ଅତିକ୍ରମ କରିଛି । ଏହି ଯାତ୍ରା ଆରମ୍ଭ ହେବାର ୫୦ ଦିନରେ ପହଂଚିଥିବା ଏହି ଆଶ୍ଚର୍ଯ୍ୟଜନକ ସଂଖ୍ୟା ସମଗ୍ର ଦେଶବାସୀଙ୍କୁ ବିକଶିତ ଭାରତର ମିଳିତ ଦର୍ଶନ ଦିଗରେ ଏକଜୁଟ କରିବାରେ ଯାତ୍ରାର ଗଭୀର ପ୍ରଭାବ ଏବଂ ଅତୁଳନୀୟ କ୍ଷମତାକୁ ସୂଚାଇଥାଏ ।

Leave A Reply

Your email address will not be published.