ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟରେ ହକି ଟିମ୍ ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟରେ ହକି ଟିମ୍ ଉଦ୍‌ଘାଟିତ ହୋଇଯାଇଛି । ଏଥିରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ସନ୍ତୋସିନୀ ସେଠୀ, ଜିଲ୍ଲା ହକି କୋଚ୍ ଅଜମ୍ବର୍ ରାଜପାଲିଆ ଓ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ । ଏହି ଅବସରରେ ଶ୍ରୀମତୀ ସେଠୀ ଛାତ୍ରମାନଙ୍କୁ ଆମ ଜାତୀୟ ଖେଳ ହକି ସମ୍ବନ୍ଧରେ ବିଶେଷ ସୂଚନା ପ୍ରଦାନ କରିବା ସହ ଉତ୍ସାହିତ କରିଥିଲେ ।

Leave A Reply

Your email address will not be published.