om academy

ଭୁବନେଶ୍ୱରରେ ହେବ କ୍ୟାନସର ହସ୍ପିଟାଲ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଭୁବନେଶ୍ୱରରେ ଅତ୍ୟାଧୁନିକ କ୍ୟାନସର ହସ୍ପିଟାଲ ପ୍ରତିଷ୍ଠା ହେବ । ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି । କେନ୍ଦ୍ର ମନ୍ତ୍ରୀ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ରାଷ୍ଟ୍ରମନ୍ତ୍ରୀଙ୍କ ଏକ ବୈଠକରେ ଏହି ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି । ୬୫୦ କୋଟି ବ୍ୟୟରେ ନାଇଜରଠାରେ କ୍ୟାନସର ହସ୍ପିଟାଲ ହେବ । ହସ୍ପିଟାଲ ନିର୍ମାଣ ପାଇଁ କେନ୍ଦ୍ର ୪ ଶହ କୋଟି ଓ ଟାଟା ଟ୍ରଷ୍ଟ ୨୫୦ କୋଟି ଟଙ୍କା ଦେବ । ଆଗାମୀ ୩ ବର୍ଷ ମଧ୍ୟରେ କ୍ୟାନସର ହସ୍ପିଟାଲର ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ସେହିପରି କ୍ୟାମ୍ପସରେ କର୍ମଚାରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର ଖୋଲାଯିବ ।

Leave A Reply

Your email address will not be published.