
ବଲାଙ୍ଗିର, (କେପିଏନ୍ଏସ୍) : ବାଇକ୍ରେ ଆସୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇ ଯୁବକ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁସାରେ ସୋନପୁର ଜିଲ୍ଲା ତରଭା ଥାନା ଅନ୍ତର୍ଗତ ଝାର୍ ତରଭାରୁ ଅଚିନ୍ତା ନାୟକ(୪୦) ବାଇକ୍ ଯୋଗେ ଏକ ବିବାହ ଉତ୍ସବରେ ଯୋଗଦେବା ପାଇଁ ଫଲସାଗୁଡାକୁ ଆସୁଥିବା ବେଳେ ବୁଢୀପଦର ଛକ ହମ୍ସ୍ ପାଖରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ । ତାଙ୍କୁ ଉଦ୍ଧାର କରାଯାଇ ୧୦୮ ଆମ୍ବୁଲାନ୍ସ ସାହାଯ୍ୟରେ ବଲାଙ୍ଗିର ଭୀମଭୋଇ ମେଡ଼ିକାଲ୍ କଲେଜରେ ଭର୍ତ୍ତି କରାଯାଇ ଥିବା ଜଣାପଡିଛି ।