pakka

ସିହିନୀଠାରେ ନବନିର୍ମିତ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ

bbehera

ପାଟଣାଗଡ଼, (ଗୋରେଖନାଥ ବରିହା) : ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଳକ ସିହିନୀ ଗ୍ରାମରେ ନବନିର୍ମିତ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ନଦୀରୁ ପାଣି ଆଣି ଶୁଭ କଳସ ସ୍ଥାପନ ସହ ପୂଜାର୍ଚ୍ଚନା କରାଯାଇଥିଲା । ପ୍ରତିଷ୍ଠା ମହୋତ୍ସବରେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୂଜାର୍ଚ୍ଚନା କରିବା ସହ ନଡ଼ିଆ ବାଡେଇଥିଲେ । ପୁରୋହିତଙ୍କ ସମେତ ଶତାଧିକ ମହିଳା ପୁରୁଷ ଯୋଗଦେଇ ଥିଲେ । କୋଭିଡ କଟକଣା ଯୋଗୁଁ ପୂଜାନୀତି ଓ ହୋମ୍ ଯଜ୍ଞ ଅନୁଷ୍ଠିତ ହେଉଥିବା ବେଳେ ଅନ୍ୟ କାର୍ଯ୍ୟକ୍ରମ ବନ୍ଦ ରହିଥିଲା ।

jay balangir
Leave A Reply

Your email address will not be published.

12 − four =