oom

ସହରର ଚନ୍ଦ୍ରଶେଖର ମନ୍ଦିରରେ ଦେବ ଦେବ ମହାଦେବଙ୍କ ଜାଗର ଯାତ୍ରା ଅନୁଷ୍ଠିତ

jsmm

ବଲାଙ୍ଗିର, (କେପିଏନ୍‌ଏସ୍‌) : ମହା ଶିବରାତ୍ରି ଏକ ହିନ୍ଦୁ ପର୍ବ । ଏହି ଦିନ ଦେବାଧିଦେବ ମହାଦେବଙ୍କୁ ପୂଜା କରଯାଏ । ଏହା ଫାଲଗୁନ ମାସ କୃଷ୍ଣ ପକ୍ଷ ଚତୁର୍ଦ୍ଦଶୀ ଦିନ ପାଳନ କରାଯାଏ । ଶିବଙ୍କୁ ପ୍ରସନ୍ନ କରିବାର ଦଶଗୋଟି ବ୍ରତ ଅଛି । ସେ ମଧ୍ୟରୁ ଶିବରାତ୍ରି ବ୍ରତ ସର୍ବଶ୍ରେଷ୍ଠ ଓ ସର୍ବକାମପ୍ରଦ ଅଟେ । ଜାବାଳି ଶ୍ରୁତି ଅନୁସାରେ ଦଶ ଶୈବ ବ୍ରତ ମଧ୍ୟରେ ଏହି ଶିବରାତ୍ରୀ ବ୍ରତ ଅତ୍ୟନ୍ତ ସିଦ୍ଧିଦାୟକ । କେତେକ ଶ୍ରୁତି ଅନୁସାରେ ପୁଣ୍ୟ ମାସ ମାଘ ମାସର ‘ମାଘସ୍ନାନ’ ବ୍ରତ ମଧ୍ୟରେ କୃଷ୍ଣ ଚତୁର୍ଦ୍ଦଶୀ ତିଥିକୁ ଏକ ଶିବରାତ୍ରି ବ୍ରତ ପାଳନ କରାଯାଏ ବୋଲି ବର୍ଣ୍ଣନା ଥିଲେ, ମଧ୍ୟ ଫାଲଗୁନ ମାସ କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ପାଳନ କରାଯାଉଥିବା ଶିବରାତ୍ରି ବ୍ରତକୁ ସର୍ବଶ୍ରେଷ୍ଠ ଭାବେ ଗ୍ରହଣ କରାଯାଇଥିବା ବେଳେ ଆଜି ବଲାଙ୍ଗିର ସହରର ଚନ୍ଦ୍ର ଶେଖର ମନ୍ଦିର ଠାରେ ଦେବ ଦେବ ମହାଦେବଙ୍କ ଜାଗର ଯାତ୍ରା ପାରମ୍ପାରିକ ରୀତିନୀତିରେ ଅନୁଷ୍ଠିତ ହୋଇଯାଇଛି । ଗୋଟିଏ ବର୍ଷ ପରେ ପ୍ରଭୁଙ୍କ ପାଖରେ ଜାଗର ଜାଳିବା ପାଇଁ ଲୋକଙ୍କ ମନରେ ଉଦ୍ଦୀପନା ପ୍ରକାଶ ପାଇଛି । ରାତିରେ ମହାଦୀପ ଉଠିବା ସହିତ ନୀତିକାନ୍ତି ସହ ଜାଗର ଯାତ୍ରା ପାଳନ ହେବ ବୋଲି ପୂଜକ କହିଛନ୍ତି ।

jittmm
Leave A Reply

Your email address will not be published.