jayashree

ଭିଜିଲାନ୍ସ ଜାଲରେ ଗୋଲାମୁଣ୍ଡା ତହସିଲଦାର

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲାରେ ପୁଣି ଭିଜିଲାନ୍ସ ଜାଲରେ ଜଣେ ସରକାରୀ ଅଧିକାରୀ । ଜମି କିସମ ପରିବର୍ତ୍ତନ କରାଇଦେବା ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଗୋଲାମୁଣ୍ଡା ତହସିଲଦାର ଚନ୍ଦନ କୁମାର ନାୟକ ଭିଜିଲାନ୍ସ ହାତରେ ଧରାପଡ଼ିଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ, ଜମିର କିସମ ପରିବର୍ତ୍ତନ କରାଇବା ପାଇଁ ଜନୈକ ବ୍ୟକ୍ତିଙ୍କୁ ଲାଞ୍ଚ ମାଗିଥିବା ଅଭିଯୋଗ ହୋଇଥିଲା । ଏହାପରେ ଯୋଜନା ମୁତାବକ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା । ଏହି ସମୟରେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ତହସିଲଦାରଙ୍କୁ ଧରାଯାଇଥିବା ଜଣାପଡ଼ିଛି । ଘଟଣା ପରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଗୋଲାମୁଣ୍ଡା ତହସିଲ କାର୍ଯ୍ୟାଳୟ ସମେତ ତହସିଲଦାରଙ୍କ ସରକାରୀ ବାସଭବନରେ ଚଢ଼ାଉ ଜାରି ରହିଛି । ଏହି ଚଢ଼ାଉ ସମୟରେ ଆୟବହିର୍ଭୂତ ସମ୍ପତ୍ତି ଓ ଅନ୍ୟାନ୍ୟ କାଗଜପତ୍ର ସମ୍ପର୍କରେ ଯାଞ୍ଚ କରାଯାଉଥିବା ସୂଚନା ମିଳିଛି । ତେବେ ଭିଜିଲାନ୍ସ ତଦନ୍ତର ସମ୍ପୂର୍ଣ୍ଣ ତଥ୍ୟ ଓ ଅଧିକାରୀଙ୍କ ପକ୍ଷରୁ ଆଧିକାରିକ ବିବୃତି ମିଳିବା ପରେ ଘଟଣାର ଅଧିକ ତଥ୍ୟ ସ୍ପଷ୍ଟ ହେବ ।

Leave A Reply

Your email address will not be published.