ବାଲିଗୁଡ଼ା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ହୁତୁହୁତୁ ହୋଇ ଜଳିଗଲା ଘରୋଇ ବସ୍ । କନ୍ଧମାଳ ଜିଲ୍ଲା ବାଲିଗୁଡା ମେଡିକାଲ ସମ୍ମୁଖ ଗଳି ତଥା ଥାନା ଓ କାଳୀ ମନ୍ଦିର ନିକଟରେ ଶନିବାର ଅପରାହ୍ନରେ ହୁତୁହୁତୁ ହୋଇ ଜଳିଗଲା ଘରୋଇ କ୍ରିଷ୍ଣା ବସ୍ । ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ବସ୍ଟିର ଭିତର ପାଖ ସମ୍ପୂର୍ଣ୍ଣ ପୋଡି ଯାଇଥିବା ବେଳେ ବାହାରର ମଧ୍ୟ ଅଧିକାଂଶ ଭାଗ ପୋଡ଼ି ନଷ୍ଟ ହୋଇ ଯାଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ ଦୀର୍ଘ ୪ମାସ ହେବ ଘରୋଇ ଯାତ୍ରୀବାହୀ ବସ୍ କ୍ରିଷ୍ଣା ନଂ. ଓଆର୍-୧୮-ବି-୧୦୩୪ଟି ରୁଟ୍ରେ ନଯାଇ ପଣସପଡି ଯିବା ରାସ୍ତାକଡ଼ରେ ଠିଆ ହୋଇ ରହିଥିଲା । ତେବେ ଦୀର୍ଘଦିନ ଧରି ରାସ୍ତା କଡରେ ଠିଆ ହୋଇଥିବା ବସରେ କିଭଳି ନିଆଁ ଲାଗିଲା ସେନେଇ ଏଯାବତ୍ କୌଣସି ସ୍ପଷ୍ଟ ସୂଚନା ମିଳିପାରିନାହିଁ । ସେପଟେ କେଉଁ କାରଣରୁ ବସ୍ରେ ନିଆଁ ଲାଗିଲା ସେନେଇ ବାଲିଗୁଡ଼ା ପୋଲିସ ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।