ଭଟଲି ବ୍ଲକରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

ଭଟଲି, (ସତ୍ୟ ନାରାୟଣ ପ୍ରଧାନ) : ଭଟଲି ବ୍ଲକର ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ମନୀଷା ବାନାର୍ଜୀ ଓ ଜିଲ୍ଲା ଏସ୍‌ପି ପର୍ମାର ସ୍ମିତ ପୁରୁଷୋତ୍ତମ ଦାଶ, ଭଟଲି ବ୍ଲକ ଅଧ୍ୟକ୍ଷ ନିତ୍ୟାନନ୍ଦ ପ୍ରଧାନଙ୍କ ଉପସ୍ଥିତିରେ ବ୍ଲକ ଅଞ୍ଚଳର ବିଭିନ୍ନ ପଞ୍ଚାୟତ ଅଞ୍ଚଳରୁ ଗ୍ରାମବାସୀମାନେ ଆସି ତାଙ୍କ ଆପତ୍ତି ଅଭିଯୋଗ କରିଥିଲେ । ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ପ୍ରଶାସନର ଅଧିକାରୀମାନେ ଉପସ୍ଥିତ ରହି ଜିଲ୍ଲାପାଳଙ୍କ ଆଦେଶ ଉପରେ କାର୍ଯ୍ୟାନୁଷ୍ଠାନ ନେବାକୁ ଅଭିଯୋଗକାରୀଙ୍କୁ କହିଥିଲେ ।

Leave A Reply

Your email address will not be published.