ବଲାଙ୍ଗିର, (କେପିଏନ୍ଏସ୍) : ଜୁଲାଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଧାର୍ଯ୍ୟ କରାଯାଇଛି । ତଦନୁସାରେ ଜୁଲାଇ ମାସ ୦୩ ତାରିଖ ସୋମବାର ସକାଳ ଘ ୧୦.୩୦ ମି ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ, ୧୦ ତାରିଖ ସୋମବାର ସକାଳ ଘ ୧୦.୩୦ ମିରେ ଗୁଡଭେଲା ବ୍ଲକ କାର୍ଯ୍ୟାଳୟଠାରେ, ୧୭ ତାରିଖ ସୋମବାର ସକାଳ ଘ ୧୦.୩୦ ମିରେ ମୁରିବାହାଲ ବ୍ଲକ କାର୍ଯ୍ୟାଳୟଠାରେ, ୨୪ ତାରିଖ ସୋମବାର ସକାଳ ଘ ୧୦.୩୦ ମିରେ ଲୋଇସିଂହା ବ୍ଲକ କାର୍ଯ୍ୟାଳୟଠାରେ ଓ ୩୧ ତାରିଖ ସୋମବାର ସକାଳ ଘ ୧୦.୩୦ ମିରେ ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ସେମାନଙ୍କର ବ୍ୟକ୍ତିଗତ ତଥା ସାମୁହିକ ସମସ୍ୟାମୂଳକ ଅଭିଯୋଗ ଜଣାଇ ପାରିବେ । ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ସମ୍ପୃକ୍ତ ଅଞ୍ଚଳର ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରି ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବେ । ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଏହି ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ନିଜ ନିଜର ଅଭିଯୋଗ ଜଣାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି ।
Prev Post