csstore

ଟିଟଲାଗଡ଼ ବ୍ଲକ ମୁଖ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଟିଟଲାଗଡ଼, (ସଞ୍ଜୟ କୁମାର ନାୟକ) : ଡିସେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆଜି ଟିଟଲାଗଡ଼ ବ୍ଲକ ମୁଖ୍ୟାଳୟଠାରେ ଅନୁଷ୍ଠିତ ହୋଇଛି । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଚଞ୍ଚଳ ରାଣା ଏବଂ ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓ, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁଶାନ୍ତ ସିଂ, ଟିଟିଲାଗଡ଼ ଉପଜିଲ୍ଲାପାଳ ଦୟାମୟ ପାଢୀଙ୍କ ସମେତ ଉପଖଣ୍ଡ ଅନ୍ତର୍ଗତ ସମସ୍ତ ବିଡିଓ, ତହସିଲଦାରମାନେ ଉପସ୍ଥିତ ଥିଲେ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ସମସ୍ୟା ମୂଳକ ମୋଟ ୧୫ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୧୧ଗୋଟି ବ୍ୟକ୍ତିଗତ ଅଭିଯୋଗ ମୂଳକ ଦରଖାସ୍ତ ହୋଇଥିବା ବେଳେ ଅବଶିଷ୍ଠ ୪ଗୋଟି ସାମୂହିକ ଦରଖାସ୍ତ ଦାଖଲ ହୋଇଥିଲା । ଜିଲ୍ଲାପାଳ ଓ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଜନ ସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରିଥିଲେ । ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସହାୟତା ବାବଦରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି ଓ ଜିଲ୍ଲା ରେଡ୍‌କ୍ରସ୍‌ ପାଣ୍ଠିରୁ କୌଣସି ଆର୍ଥିକ ସହାୟତା ମଞ୍ଜୁର କରାଯାଇନାହିଁ । ଜନ ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ଟିଟଲାଗଡ଼ ମେଡିକାଲ, ମିଶନ ଶକ୍ତି ହାଟର ୫ଟି କାମ ବୁଲି ଦେଖିଥିଲେ । କାମର ମାନ ପଚାରି ବୁଝିବା ସହ ଯଥା ଶୀଘ୍ର ସାରିବାକୁ ନିର୍ଦ୍ଦେଶ ଦେଇଥିଲେ ।

jayashree
Leave A Reply

Your email address will not be published.