jsm

ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ

csstore

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଜିଲ୍ଲାସ୍ତରୀୟ ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହଠାରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ଵ) ବଇତୁରା ଦୀପ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ୯୦ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା । ସେଥି ମଧ୍ୟରୁ ୭୯ ଟି ବ୍ୟକ୍ତିଗତ ଓ ୧୧ ଟି ସାମୂହିକ ରହିଥିବା ବେଳେ ୧୦ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ୦୭ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଆର୍ଥିକସହାୟତା ରାଶି ପ୍ରଦାନ କରାଯାଇଥିଲା । ଏହି ଶିବିରରେ ଘରଡିହ, ଭତ୍ତା, ପ୍ରଧାନମନ୍ତ୍ରୀ ଆବାସ, ପାନୀୟଜଳ, ରେଶନ କାର୍ଡ, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ପୂର୍ତ୍ତ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବଇତୁରା ନିର୍ଦ୍ଦେଶ ଦେଇଥିଲେ ।ଏହି ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ, ଦୟାମୟ ପାଢ଼ୀ, ଉପଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା, ଉପଜିଲ୍ଲାପାଳ ଧର୍ମଗଡ଼ ଧୀମାନ ଚକମା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡା. ମିନତୀଲତା ଦାସ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମଳୟ କୁମାର ପରିଡା, ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ ନିଶା, ସହ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଞ୍ଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସାମାଜିକ ସୁରକ୍ଷ୍ୟା ଅଧିକାରୀ ବିରେନ୍ଦ୍ର କୁମାର କହଁର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦୁ ଶେଖର ମହାପାତ୍ରଙ୍କ ସମେତ ସ୍ଥାନୀୟ ତହସିଲଦାର, ବିଡିଓ ଏବଂ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

yuvodaya
Leave A Reply

Your email address will not be published.