csstore

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ପ୍ରହଲ୍ଲାଦ ସହାୟ ମୀନାଙ୍କ ସମେତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଲଲାଟ କୁମାର ଲୁହା, ଝାରବନ୍ଧ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପୁରୁଷୋତ୍ତମ ମିର୍ଦ୍ଧା, ଝାରବନ୍ଧ ତହସିଲଦାର ପ୍ରତାପ ଚନ୍ଦ୍ର ଭୋଇ ଏବଂ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଅମୃତପାଲ କୌର ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ । ଉକ୍ତ ଶିବିରରେ ଜଳସେଚନ, ବିଦ୍ୟୁତ୍ ଯୋଗାଣ, ପାନୀୟ ଜଳ ଯୋଗାଣ, ରାସନ କାର୍ଡ, ବାର୍ଦ୍ଧକ୍ୟ ଏବଂ ବିକଳାଙ୍ଗ ଭତ୍ତା, ରାସ୍ତା ନିର୍ମାଣ, କୃଷି ଆଦି ସମସ୍ୟା ଅଧାରିତ ସମୁଦାୟ ୯୩ଟି ଅଭିଯୋଗ ମଧ୍ୟରୁ ୫୯ଟି ବ୍ୟକ୍ତିଗତ, ୨୮ଟି ସାମୁହିକ ଅଭିଯୋଗ ଏବଂ ୬ଟି ରେଡକ୍ରସ ଅଭିଯୋଗର ଶୁଣାଣି କରି ସମସ୍ତ ସମସ୍ୟା ତୁରନ୍ତ ସମାଧାନ କରିବା ପାଇଁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

jayashree
Leave A Reply

Your email address will not be published.