pr

ଜିଲ୍ଲାପାଳ ଓ ଏସ୍‌ପିଙ୍କ ଜନ ଶୁଶାଣି ଶିବିର

dr. purohit

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାପାଳ ଗୁଡଭେଲା ଠାରେ ଆୟୋଜିତ ହୋଇଥିବା ଯୁଗ୍ମ ଅଭିଯୋଗ ଶୁଣାଣି ଯୋଗଦେବା ସହ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଗୁଡିକର ନିରୀକ୍ଷଣ କରିଥିଲେ । ଗୁଡଭେଲା ପଞ୍ଚାୟତ ସମିତି ବୈଠକ ଗୃହରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର ଓ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜୀ ଉପସ୍ଥିତ ରହି ବିଭିନ୍ନ ଅଞ୍ଚଳରୁ ଆସିଥିବା ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିଥିଲେ । ଏହି ଶିବିରରେ ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ । ଜିଲ୍ଲାପାଳ ସମସ୍ତ ଅଭିଯୋଗ ଶୁଣିବା ପରେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଦାଖଲ ହୋଇଥିବା ଅଭିଯୋଗ ପତ୍ରଗୁଡ଼ିକ ଯଥାଶୀଘ୍ର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ଶିବିରରେ ମୋଟ ୨୧ଟି ଅଭିଯୋଗ ପତ୍ର ପଞ୍ଜୀକୃତ ହୋଇଥିଲା । ତନ୍ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ବନ୍ଧୀୟ ୧୬ଟି ଏବଂ ସାମୁହିକ ୫ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥିରୁ ୩ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଏହି ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ତରଣୀ ସୁନା, ଟିଟିଲାଗଡ ଉପଜିଲ୍ଲାପାଳ ପଦ୍ମନାଭ ସାମନ୍ତରାୟଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ । ଜିଲ୍ଲାପାଳ ଗୁଡଭେଲା ସ୍ଥିତ ଜାତୀୟ ଗ୍ରାମୀଣ ଜୀବିକା ମିଶନର ପୋଲିହାଉସ ନର୍ସେରୀ ପ୍ରକଳ୍ପ, ମାଧେକେଲାର ମା’ ମଙ୍ଗଳା ଏସ୍‌ଏଚ୍‌ଜି ଦ୍ଵାରା ପରିଚାଳିତ ଟେରାକୋଟା କାର୍ଯ୍ୟ, ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ଯୋଜନାର ଦେଉଳଗୁଡିର ଅମୃତସରୋବର ପ୍ରକଳ୍ପ, ଭୁଆଁପଡା, ଉପ ସ୍ୱାସ୍ଥ୍ୟ କେନ୍ଦ୍ରର ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଆଦି ବୁଲି ଏହାର ପାରିପାର୍ଶ୍ଵର ଉନ୍ନତିକରଣ ଓ ବିଭିନ୍ନ ସମସ୍ୟା ସମ୍ପର୍କରେ ହିତାଧିକାରୀ ଓ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ।

nrusinghnath
Leave A Reply

Your email address will not be published.