ଜାନୁଆରୀ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜାନୁଆରୀ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଧାର୍ଯ୍ୟ କରାଯାଇଛି । ତଦନୁସାରେ ଜାନୁଆରୀ ମାସ ୨ ତାରିଖ ସକାଳ ଘ ୧୦.୩୦ମି ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ, ୯ ତାରିଖରେ ପାଟଣାଗଡ ବ୍ଲକ ଅନ୍ତର୍ଗତ ଖୁଣ୍ଟସମଲେଇ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରେ, ୧୬ ତାରିଖରେ ପୁଇଁତଳା ବ୍ଲକ ଅନ୍ତର୍ଗତ ଅଙ୍କରିଆପଦର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରେ, ୨୪ ତାରିଖରେ ସଇଁତଳା ବ୍ଲକ ଅନ୍ତର୍ଗତ ବେଳଗାଁ କଲ୍ୟାଣ ମଣ୍ଡପଠାରେ ଓ ୩୧ ତାରିଖ ଦିନ ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ତେଲେନପାଲି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହି ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ସେମାନଙ୍କର ବ୍ୟକ୍ତିଗତ ତଥା ସାମୁହିକ ସମସ୍ୟାମୂଳକ ଅଭିଯୋଗ ଜଣାଇପାରିବେ । ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ସମ୍ପୃକ୍ତ ଅଞ୍ଚଳର ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରି ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବେ । ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଏହି ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ନିଜ ନିଜର ଅଭିଯୋଗ ଜଣାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଉଛି ।

Leave A Reply

Your email address will not be published.

fourteen + 13 =