pakka

ଜୁନାଗଡ଼ଠାରେ ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବିଡିଓଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡ. ଗାଭାଲି ପରାଗ ହର୍ଷଦ୍‌ଙ୍କ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଓ ଜୁନାଗଡ ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ । ଏହି ଜନ ଶୁଣାଣି ଶିବିରରେ ମୋଟ୍ ୧୭୦ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ । ସେଥିମଧ୍ୟରୁ ୧୫୧ଟି ବ୍ୟକ୍ତିଗତ ସମସ୍ୟା ଜର୍ଜରିତ ଅଭିଯୋଗ ଓ ୧୮ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା । ୨୧ଟି ଅଭିଯୋଗର ସମାଧାନ ତୁରନ୍ତ କରାଯାଇଥିଲା । ଜନ ଶୁଣାଣି ଶିବିର ପୂର୍ବରୁ ଜିଲ୍ଲାପାଳ ଡ଼ ଗାଭାଲି ସାମାଜିକ ଗଣମାଧ୍ୟମ, ମେଲ୍ ଓ ପତ୍ର ମାଧ୍ୟମରେ ଆସିଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପୋର୍ଟାଲ, ଜନ ଶୁଣାଣି ପୋର୍ଟାଲ ତଥା ଜିଲ୍ଲାପାଳଙ୍କ ଅଫିସ୍‌କୁ ଆସିଥିବା ଆବେଦନର ଅଭିଯୋଗ ଓ ସମସ୍ୟା ସଂଯୁକ୍ତ ଜିଲ୍ଲାର ବିଭାଗୀୟ ଅଧିକାରୀ ଠାରେ ପ୍ରାପ୍ତ ହୋଇଥିବା ଅଭିଯୋଗର ସମୀକ୍ଷା କରି ଏହାର ଅଗ୍ରଗତି ଓ ସମାଧାନ ଶୀଘ୍ର କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଅଭିଯୋଗ ମୁଖ୍ୟତଃ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ପେନସନ, ରାସନ୍ କାର୍ଡ, ଭତ୍ତା, ପାନୀୟ ଜଳ ଉପରେ ଥିଲା ।

Leave A Reply

Your email address will not be published.

16 − one =