୫-ଟି ଅଧ୍ୟକ୍ଷଙ୍କୁ ଭେଟିଲେ ୨ଟି ନବ ଗଠିତ ମ୍ୟୁନିସିପାଲିଟି, ୮ଟି ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୪ଟି ବିଭିନ୍ନ ସଂଗଠନର କର୍ମକର୍ତ୍ତା ଓ ଜନସାଧାରଣ

  • ମୁଖ୍ୟମନ୍ତ୍ରୀଙ୍କ ନିକଟରେ କୃତଜ୍ଞତା ପ୍ରକାଶ କରିବା ସହିତ ୫-ଟି ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଦେଲେ
  • ମୁଖ୍ୟମନ୍ତ୍ରୀଙ୍କ ନୂଆ ଓଡିଶା ଗଠନ ପାଇଁ ସମସ୍ତେ ଏକଜୁଟ ହୋଇ କାମ କରିବାକୁ ପରାମର୍ଶ ଦେଲେ ୫-ଟି ଅଧ୍ୟକ୍ଷ

ଭୁବନେଶ୍ୱର : ରାଜ୍ୟର ୨ଟି ନବ ଗଠିତ ମ୍ୟୁନିସିପାଲିଟି, ୮ଟି ବିଜ୍ଞାପିତ ଅଞ୍ଚଳ ପରିଷଦର ଜନସାଧାରଣ ଓ ୪ଟି ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନେ ନବୀନ ନିବାସଠାରେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି. କେ. ପାଣ୍ଡିଆନଙ୍କୁ ଭେଟି ଧନ୍ୟବାଦ ଅର୍ପଣ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ପାଇଁ ସେମାନେ କୃତଜ୍ଞତା ପ୍ରକାଶ କରିଥିଲେ । ୫-ଟି ଅଧ୍ୟକ୍ଷ ସେମାନଙ୍କୁ ଧନ୍ୟବାଦ ଦେଇ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଓଡିଶାର ବିକାଶ ପାଇଁ ଦିନରାତି କାମ କରୁଛନ୍ତି । ସମସ୍ତଙ୍କୁ ସେ ନିଜ ପରିବାରର ସଦସ୍ୟ ବୋଲି ଭାବନ୍ତି । ସମସ୍ତେ ମିଳିମିଶି ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନର ନୂଆ ଓଡିଶା ଗଠନ ପାଇଁ କାମ କରିବାକୁ ସେ ପରାମର୍ଶ ଦେଇଥିଲେ । ସୂଚନାଯୋଗ୍ୟ ଯେ ଗତ ୨୪ ତାରିଖରେ ରାଜ୍ୟରେ ୩୫ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ୩ଟି ବିଜ୍ଞାପିତ ଅଞ୍ଚଳ ପରିଷଦକୁ ମ୍ୟୁନିସିପାଲିଟି ଭାବେ ଉନ୍ନୀତ କରିଥିଲେ ମୁଖ୍ୟମନ୍ତ୍ରୀ । ନବଗଠିତ ବିଭିନ୍ନ ବିଜ୍ଞପିତ ଅଞ୍ଚଳ ପରିଷଦ ଓ ମ୍ୟୁନିସିପାଲିଟିର ଜନସାଧାରଣ ନବୀନ ନିବାସଠାରେ ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷଙ୍କୁ ଭେଟି ଧନ୍ୟବାଦ ଓ କୃତଜ୍ଞତା ପ୍ରକାଶ କରିଥିଲେ । ସେମାନଙ୍କ ସହିତ କୃଷକସାଥୀ ସଂଘ, ଓମଫେଡ ରିଟେଲର ସଂଘ, ନିଖିଳ ଓଡିଶା ଲେଫ୍ଟ ଆଉଟ ଗଣ ଶିକ୍ଷକ ମହାସଂଘ ଏବଂ ଓଡିଶା ପ୍ରଦେଶ ଲକ୍ଷେ ଘର ଦଳିତ ଜାତି ସମାଜ ମହାସଂଘର କର୍ମକର୍ତ୍ତାମାନେ ମଧ୍ୟ ୫-ଟି ଅଧ୍ୟକ୍ଷଙ୍କୁ ଭେଟି କୃତଜ୍ଞତା ଜଣାଇବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ । ସୂଚନାଯୋଗ୍ୟ ଯେ ନବ ଗଠିତ ବୌଦ୍ଧଗଡ ମ୍ୟୁନିସିପାଲିଟି, କରଞ୍ଜିଆ ମ୍ୟୁନିସିପାଲିଟି, ବେତନଟି, ପାଣିକୋଇଲି, ଜାରକା, ବସ୍ତା, ସିମୁଳିଆ, କଣ୍ଟାମାଳ, ଶେରଗଡ ଓ ରାଇକିଆ ବିଜ୍ଞପିତ ଅଞ୍ଚଳ ପରିଷଦର ଜନସାଧାରଣଙ୍କ ସହିତ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ବିଧାୟକ ଅଶୋକ କୁମାର ବଳ, ବିଧାୟକ ପ୍ରଣବ ବଳବନ୍ତରାୟ, ବିଧାୟକ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ବିଧାୟକ ମହିଧର ରଣା, ପୂର୍ବତନ ଏମ୍‌ପି ରବିନ୍ଦ୍ର ଜେନା, ବିହନ ନିଗମ ଅଧ୍ୟକ୍ଷ ବିଜଯ ନାୟକ ଏବଂ ଅନ୍ୟ ନେତୃବୃନ୍ଦ ନବୀନ ନିବାସଠାରେ ୫-ଟି ଅଧ୍ୟକ୍ଷଙ୍କୁ ଭେଟିଥିଲେ ।

Leave A Reply

Your email address will not be published.