oom

ଖଣ୍ଡପଡାରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ

jsmm

ନୟାଗଡ଼, (କେପିଏନ୍‌ଏସ୍‌) : ଜିଲ୍ଲା ପ୍ରଶାସନ ପକ୍ଷରୁ ଖଣ୍ଡପଡା ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ ଏଥିରେ ଅଧ୍ୟକ୍ଷତା କରିଥିଲେ । ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦାର, ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ୍ ସୁଶ୍ରୀ, ଏସ୍‌ଡିପିଓ ବିମଳ କୁମାର ବାରିକ, ଖଣ୍ଡପଡା ବ୍ଲକ ଉନ୍ନୟନ ଅଧିକାରୀ ଅଙ୍କୁର ଅଭିଳାଷ, ତହସିଲଦାର ବିଶ୍ୱ ବିସ୍ମିତ ତ୍ରିପାଠୀଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ । ଶିବିରରେ ମୋଟ ୧୧୦ଟି ଅଭିଯୋଗପତ୍ର ଗ୍ରହଣ କରାଯାଇଥିଲା । ସେଥିରୁ ୮୭ଟି ବ୍ୟକ୍ତିଗତ ସମସ୍ୟା, ଗୋଟିଏ ଗ୍ରାମ୍ୟ ସମସ୍ୟା, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ନିମନ୍ତେ ୨୨ଟି ଆବେଦନ ପତ୍ର ଗ୍ରହଣ କରାଯାଇଥିଲା । ଅନ୍ୟ ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ ନିମନ୍ତେ ବ୍ଲକ ଉନ୍ନୟନ ଅଧିକାରୀ ଓ ପ୍ରଶାସନିକ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।

jittmm
Leave A Reply

Your email address will not be published.