
ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ରାଉରକେଲା ମହାନଗର ନିଗମ କାର୍ଯ୍ୟାଳୟରେ ଯୁଗ୍ମ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଆରଏମସି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ଶୁଭଙ୍କର ମହାପାତ୍ର ଉପସ୍ଥିତ ରହି ମୋଟ ୩୧ଟି ଅଭିଯୋଗର ଶୁଣାଣି କରିଥିଲେ । ସେଥିମଧ୍ୟରୁ ୨୧ଟି ବ୍ୟକ୍ତିଗତ ଓ ୪ଟି ସାମୂହିକ ଅଭିଯୋଗ ଅନ୍ତର୍ଭୁକ୍ତ ରହିଥିଲା । ଏହି ଅବସରରେ ୮ଟି ଅଭିଯୋଗର ସମାଧାନ ଶୁଣାଣି ସ୍ଥଳରେ ହିଁ କରାଯାଇଥିଲା । ଯେଉଁଥିରେ ଜଣଙ୍କୁ ରେଡକ୍ରସ ପାଣ୍ଠିରୁ ୩୦ ହଜାର ଟଙ୍କାର ଚିକିତ୍ସା ସହାୟତା ଯୋଗାଇ ଦିଆଯାଇଥିବା ବେଳେ ୫ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଅଧିକ ଚିକିତ୍ସା ନିମନ୍ତେ ୬୦ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି । ଏହି ଜନଶୁଣାଣି କାର୍ଯ୍ୟକ୍ରମରେ ରାଉରକେଲା ଅତିରିକ୍ତ ଜିଲ୍ଲାପାଳ ତଥା ମହାନଗର ନିଗମ ଆୟୁକ୍ତ କମିଶନର ସୁଶ୍ରୀ ଦୀନା ଦସ୍ତଗୀର୍, ସୁନ୍ଦରଗଡ଼ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ସୁରଞ୍ଜନ ସାହୁ, ରାଉରକେଲା ମହାନଗର ନିଗମର ଯୁଗ୍ମ ଆୟୁକ୍ତ ଶ୍ରୀମତୀ ପଲ୍ଲବୀ ନାୟକ, ଉପପୌରାୟୁକ୍ତ ଶ୍ରୀମତୀ ଅନୀତା ନାଏକ, ଉପପୌରାୟୁକ୍ତ ତରୁଣ କାନ୍ତ, ସହକାରୀ ଆୟୁକ୍ତ ଅଜିତ କୁମାର ପଟ୍ଟନାୟକଙ୍କ ସହ ଅନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।