ଜିଲ୍ଲା ପ୍ରଶାସନର ସଇଁତଳା ବ୍ଲକରେ ଜନଶୁଣାଣି କାର୍ଯ୍ୟକ୍ରମ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସେପ୍ଟେମ୍ବର ମାସ ପାଇଁ ଜିଲ୍ଲା ପ୍ରଶାସନର ଅଭିଯୋଗ ଶୁଣାଣି ସୂଚୀ ଅନୁସାରେ ଆଜି ସଇଁତଳା ବ୍ଲକ ଅଫିସରେ ଯୁଗ୍ମ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଅଫିସରେ ଆରକ୍ଷୀ ଅଧିକ୍ଷକ ରିଷିକେଶ ଖିଲାରି, ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ସିଂ, ଟିଟିଲାଗଡ ଉପଜିଲ୍ଲାପାଳ ଦୟାମୟ ପାଢୀ ଉପସ୍ଥିତ ରହି ଜନଶୁଣାଣି କରିଥିଲେ । ସମସ୍ୟାମୂଳକ ମୋଟ ୧୧୦ଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୮୫ ଗୋଟି ବ୍ୟକ୍ତିଗତ ଅଭିଯୋଗମୂଳକ ଦରଖାସ୍ତ ହୋଇଥିବାବେଳେ ଅବଶିଷ୍ଠ ୨୫ ଗୋଟି ସାମୁହିକ ଦରଖାସ୍ତ ଦାଖଲ ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣି କରିଥିଲେ । ସଇଁତଳା ବ୍ଲକ ଅଫିସରେ ୯ଟି ଅଭିଯୋଗର ଶୁଣାଣିର ସମାଧାନ କରାଯାଇଥିଲା । ଏହି ଜନଶୁଣାଣି କାର୍ଯ୍ୟକ୍ରମ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.