ବ୍ରହ୍ମପୁର ଉପ-ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପଖଣ୍ଡସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନଶୁଣାଣୀ ଓ ଲୋକଙ୍କ ଆଶୁ ସମସ୍ୟାର ସମାଧାନ ନିମନ୍ତେ ଗଞ୍ଜାମ ଜିଲ୍ଲାପାଳ ସୋମବାର ଅଭିଯୋଗ ଶୁଣାଣି କରିଛନ୍ତି । ଏହି ମିଳିତ ଅଭିଯୋଗ ଶୁଣାଣିରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା, ବ୍ରହ୍ମପୁର ଉପ ଜିଲ୍ଲାପାଳ ଦୀନା ଦସ୍ତଗୀର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଅସୀମ ପଣ୍ଡା ମିଳିତ ଅଭିଯୋଗ ଶୁଣାଣିରେ ଯୋଗଦେଇ ସକ୍ରୀୟ ଅଂଶଗ୍ରହଣ କରିଥିଲେ । ଏହି ସଂଗଠିତ ମିଳିତ ଅଭିଯୋଗ ଶୁଣାଣିରେ ସମୁଦାୟ ୬୧ଟି ଅଭିଯୋଗପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ ୫୮ ଟି ଥିଲା ବେଳେ, ଗ୍ରାମ ଅଭିଯୋଗ ୩ ଜଣଙ୍କୁ ରେଡ଼କ୍ରସ ପାଣ୍ଠିରୁ ୩୦୦୦୦ ଟଙ୍କା ପ୍ରଦାନ କରାଯାଇଥିଲା । ଆବେଦନ ଗୁଡ଼ିକ ଶୁଣାଣି କରି ସମସ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ନିର୍ଦ୍ଦେଶ ପ୍ରଦାନ କରିଥିଲେ । ଏହି ଅଭିଯୋଗ ଶୁଣାଣି ସମୟରେ ଜିଲ୍ଲାର ସମସ୍ତ ଅଧିକାରୀଗଣ, ବ୍ରହ୍ମପୁର ଉପଖଣ୍ଡର ସମସ୍ତ ବି.ଡି.ଓ, ତହସିଲଦାର ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ ଉପସ୍ଥିତ ରହି ସକ୍ରୀୟ ସହଯୋଗ କରିଥିଲେ ।

Leave A Reply

Your email address will not be published.