ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜାନକୀ ବଲ୍ଲଭ ପଟ୍ଟନାୟକ ୧୯୨୭ ମସିହା ଜାନୁଆରୀ ୩ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ସେ ଜଣେ ରାଜନୀତିଜ୍ଞ, ବାଗ୍ମୀ, ସାମ୍ବାଦିକ ଓ ସାରସ୍ୱତ ସ୍ରଷ୍ଟା ଥିଲେ । ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ଆସାମର ରାଜ୍ୟପାଳ, ତିରୁପତି ରାଷ୍ଟ୍ରୀୟ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳାଧିପତି, ଅଖିଳ ଭାରତୀୟ ପ୍ରାଚ୍ୟବିଦ୍ୟା ସମ୍ମେଳନର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭଳି ବହୁ ଦାୟିତ୍ୱ ସମ୍ଭାଳିଛନ୍ତି । ଜାନକୀ ବଲ୍ଲଭ ପଟ୍ଟନାୟକ୧୯୪୭ ମସିହାରେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ସଂସ୍କୃତରେ ସ୍ନାତକ ଉପାଧି ହାସଲ କରିବା ପରେ ୧୯୪୯ ମସିହାରେ ଆହ୍ଲାବାଦ ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ସ୍ନାତକୋତ୍ତର ଉପାଧି ହାସଲ କରିଥିଲେ । ଏହାପରେ ସେ ‘ଇଷ୍ଟର୍ଣ୍ଣ ଟାଇମ୍‍ସ’ ଖବରକାଗଜରୁ ସାମ୍ବାଦିକ ଭାବେ ନିଜର କର୍ମମୟ ଜୀବନ ଆରମ୍ଭ କରିଥିଲେ । ୧୯୫୦ରେ ଏହାର ଯୁଗ୍ମ ସମ୍ପାଦକ ଓ ଦୁଇବର୍ଷ ପରେ ଏହାର ସମ୍ପାଦକ ହୋଇଥିଲେ । ଏହା ସହ ସେ ଓଡ଼ିଆ ଦୈନିକ ‘ପ୍ରଜାତନ୍ତ୍ର’ର ମଧ୍ୟ ସମ୍ପାଦକ ହୋଇଥିଲେ ।୧୯୬୭ ପର୍ଯ୍ୟନ୍ତ ସେ ଉଭୟ ଖବରକାଗଜର ସମ୍ପାଦକ ରହି ଆସିଥିଲେ । ୧୯୬୭ ଜୁଲାଇରେ ସେ ‘ପୌରୁଷ’ ପତ୍ରିକା ପ୍ରତିଷ୍ଠା ଓ ସଂପାଦନା କରିଥିଲେ । ୨୧ ଅପ୍ରେଲ ୨୦୧୫ ମସିହାରେ ସେ ମୃତ୍ୟୁ ବରଣ କରିଥିଲେ ।

Leave A Reply

Your email address will not be published.