csstore

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ ଉତ୍ସବ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଆଚାର୍ଯ୍ୟ କିଶୋର ଚନ୍ଦ୍ର ତ୍ରିପାଠୀଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷକ ଚମରା ମହାଖୁଡ଼ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପରିଚାଳନା କମିଟି ସଭାପତି ଅଶ୍ୱିନୀ ପଣ୍ଡା, ସମ୍ପାଦକ ରଜନୀକାନ୍ତ ମହାଖୁଡ଼, କୋଷାଧ୍ୟକ୍ଷ ହେମନ୍ତ ସାହୁ ମଞ୍ଚାସୀନ ରହିଥିଲେ । ଗୁରୁଜୀ ସରୋଜ ଘଡେଇ ମଞ୍ଚ ପରିଚାଳନା କରିଥିଲେ । ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସମସ୍ତ ଗୁରୁଜୀ, ଗୁରୁମା ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.