pakka

ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି

bbehera

ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି ରହିଛି । ଆଜି ଦିନ ୨ଟା ୩୦ରେ କେନ୍ଦୁଝରରେ ସର୍ବାଧିକ ୪୩.୫ ଡିଗ୍ରି ରେକର୍ଡ କରାଯାଇଛି । ୨୧ ତାରିଖ ପରେ ତାତିରୁ କିଛି ଦିନ ପାଇଁ ସାମାନ୍ୟ ତ୍ରାହି ମିଳିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ପାଣିପାଗ ବିଭାଗ ନୟାଗଡ଼, ଅନୁଗୁଳୁ, ମୟୁରଭଞ୍ଜ ଓ ବୌଦ୍ଧରେ ଭୀଷଣ ଗ୍ରୀଷ୍ମପ୍ରବାହ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ । ପାଣିପାଗ ବିଭାଗର ସୂଚନା ଅନୁସାରେ ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ପାଶ୍ୱବର୍ତ୍ତି ଜିଲ୍ଲା ଗୁଡ଼ିକରେ ବଙ୍ଗୋପସାଗର ଅଂଚଳରୁ ପ୍ରବାହିତ ବାୟୁର ସକ୍ରିୟତା ବୃଦ୍ଧି ସହ ଧୀରେଧୀରେ ଜଳୀୟ ବାଷ୍ପର ମାତ୍ରା ବୃଦ୍ଧି ପାଇଛି । ଫଳରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଏହି ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ଉତପ୍ତ ବାୟୁମଣ୍ଡଳ ପରସ୍ପର ସଂସ୍ପର୍ଶରେ ପ୍ରତିକ୍ରିୟା ଯୋଗୁ କାଳବୈଶାଖୀ ବର୍ଷା ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.

three × 3 =