ଭୁବନେଶ୍ୱର, (କେପିଏନ୍ଏସ୍) : ଲକଡାଉନ ବେଳେ ଜରୁରୀ ସେବା ଚାଲୁ ରଖିବାକୁ ଅନୁମତି ଦିଆଯାଇଛି। ହସ୍ପିଟାଲ, ନର୍ସିଂହୋମ, ଔଷଧ ଦୋକାନ ଖୋଲା ରହିବ । ରାସନ ଦୋକାନ, ଗ୍ରୋସରୀ, ଫଳ ଦୋକାନ ଖୋଲା ରହିବ । ମାଛ, ମାଂସ, ଅଣ୍ଡା, କ୍ଷୀର ଦୋକାନ ଖୋଲା ରହିବ । ସୋମବାରରୁ ଶୁକ୍ରବାର ସକାଳ ୬ରୁ ୧୨ ଯାଏ ଏସବୁ ଖୋଲା ରହିବ ବୋଲି କୁହାଯାଇଛି । ଶନିବାର ଓ ରବିବାର ଦିନ ପୂର୍ବ ଭଳି ସମ୍ପୂର୍ଣ୍ଣ ସଟ୍ଡାଉନ୍ ବଳବତ୍ତର ରହିବ ।
ଲକ୍ଡାଉନ ବେଳେ ରେଷ୍ଟୁରାଣ୍ଟ ଓ ଢାବା କେବଳ ଖାଦ୍ୟ ପାର୍ସଲ ଦେଇପାରିବେ । ଫ୍ଲିପକାର୍ଟ, ଆମାଜନ, ଜମାଟୋ ଆଦିର ଡେଲିଭରି ବୟଙ୍କୁ ଅନୁମତି ଦିଆଯାଇଛି । ଛାପା, ବୈଦ୍ୟୁତିକ ଗଣମାଧ୍ୟମ, ୱେବ୍ ମିଡିଆକୁ ଅନୁମତି ରହିଛି । ପେଟ୍ରୋଲ ପମ୍ପ, ରନ୍ଧନ ଗ୍ୟାସ୍ ଯୋଗାଣକୁ ମଧ୍ୟ ଅନୁମତି ପ୍ରଦାନ କରାଯାଇଛି ।