ଜାତୀୟ ପତାକା ଉତ୍ତୋଳନ କଲେ ମୋହନ ଚରଣ ମାଝୀ

ଭୁବନେଶ୍ୱର : ଆଜି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ଉତ୍ସବରେ ସେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଚଳିତ ବର୍ଷ ୫୯ ଜଣ କଣ୍ଟିଜେଣ୍ଟ ରାଜ୍ୟସ୍ତରୀୟ ପ୍ୟାରେଡ୍‌ରେ ଯୋଗ ଦେଇଛନ୍ତି । ପୁଲିସ ସହ ସିଆର୍‌ପିଏଫ୍, ୧୨୦ ବାଟାଲିୟନ୍, ସିଆଇଏସ୍ଏଫ୍, ଟ୍ରାଫିକ୍, ବିଏସ୍ଏଫ୍, ଅଗ୍ନିଶମ ବହିନୀ, ସ୍କୁଲ ଓ କଲେଜ ଛାତ୍ରଛାତ୍ରୀ ପ୍ୟାରେଡ୍‌ରେ ଯୋଗ ଦେଇଛନ୍ତି ।

Leave A Reply

Your email address will not be published.