ବିଭିନ୍ନ ସରକାରୀ କାର୍ଯ୍ୟାଳୟରେ କୋଭିଡ କଟକଣାରେ ଜାତୀୟ ପତାକା ଉତ୍ତୋଳନ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ୭୫ତମ ସ୍ୱାଧୀନତା ଦିବସ ଅବସରରେ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ଏହି ଅବସରରେ ଅତିରିକ୍ତ ଜିଲ୍ଲପାଳ ସୂର୍ଯ୍ୟନାରାୟଣ ଦାସ, ନିଶୀ ପୂନମ ମିଞ୍ଜ ସହ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହି ଜାତୀୟ ପତାକାକୁ ସମ୍ମାନ ଜଣାଇଥିଲେ । ସେହିପରି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟଠାରେ ପ୍ରକଳ୍ପ ନିର୍ଦ୍ଦେଶକ ଡୋଳାମଣି ପଟେଲ ପତାକା ଉତ୍ତୋଳନ କରିଥିଲେ । ସୋନପୁର ଉପଜିଲ୍ଳାପାଳ ନିହାର ରଞ୍ଜନ କଁହର ଉପଜିଲ୍ଲାପାଳ କାର୍ଯ୍ୟାଳୟରେ ଜାତୀୟ ପତାକା ଉତ୍ତୋଳନ କରି ଜାତୀୟ ପତାକାକୁ ସମ୍ମାନ ପ୍ରଦର୍ଶନ କରିଥିଲେ । ଏହି ଦିବସ ଅବସରରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲପାଳ ସୂର୍ଯ୍ୟନାରାୟଣ ଦାସ, ପିଡ଼ି ଡ଼ିଆର୍‌ଡ଼ିଏ ଡୋଳାମଣି ପଟେଲ, ଉପଜିଲ୍ଲାପାଳ ନିହାର ରଞ୍ଜନ କଁହର ସୋନପୁର ରାମେଶ୍ୱର ନିକଟସ୍ଥିତ କୁଷ୍ଠ କଲୋନୀରେ ଅନ୍ତେବାସୀଙ୍କୁ ଫଳ ଓ ମିଷ୍ଟାନ ସହ ଲୁଗା ବଣ୍ଟନ କରିଥିଲେ ।

jittmm
Leave A Reply

Your email address will not be published.