pakka

ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ ଯୋଜନା ଜରିଆରେ ସୁବର୍ଣ୍ଣପୁର ଜିଲ୍ଲାରୁ ୬୫ ଜଣ ବରିଷ୍ଠ ନାଗରିକଙ୍କ ସିରିଡି ଓ ନାସିକ ତୀର୍ଥ ଯାତ୍ରା

bbehera
  • ସବୁଜ ପତାକା ପ୍ରଦର୍ଶନ ପୂର୍ବକ ସ୍ୱତନ୍ତ୍ର ବସକୁ ଶୁଭାରମ୍ଭ କଲେ ଜିଲ୍ଲାପାଳ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ରାଜ୍ୟ ସରକାରଙ୍କ ନାଗରିକ ତୀର୍ଥ ଯାତ୍ରା ଯୋଜନା ପରିପ୍ରେକ୍ଷୀରେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଜିଲ୍ଲାର ୬୫ ଜଣ ବରିଷ୍ଠ ତୀର୍ଥ ଯାତ୍ରୀଙ୍କୁ ନେଇ ବାହାରିଥିବା ବସକୁ ଜିଲ୍ଲାପାଳ ଶ୍ରୀମତୀ ଅବୋଲି ସୁନୀଲ ନରୱଣେ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିବା ସହ ସଫଳ ଯାତ୍ରା ନିମନ୍ତେ ଶୁଭକାମନା କରିଛନ୍ତି । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ, ଆଞ୍ଚଳିକ ପରିବହନ ଅଧିକାରୀ ଅକ୍ଷୟ କୁମାର ଜେନା, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀ ଉପସ୍ଥିତ ରହି ବରିଷ୍ଠ ତୀର୍ଥ ଯାତ୍ରୀଙ୍କ ସଫଳ ତୀର୍ଥ ଭ୍ରମଣ ନିମନ୍ତେ ଶୁଭକାମନା କରି ଉତ୍ସାହିତ କରିଥିଲେ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ୱ ସହାୟକ ସହଦେବ ମେହେର ଓ ବିଶ୍ୱ ପ୍ରତାପ ସେଠଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜିଲ୍ଲାରୁ ବରିଷ୍ଠ ତୀର୍ଥ ଯାତ୍ରୀଙ୍କୁ ନେଇ ବାହାରିଥିବା ଏହି ବସ ଆଜି ସନ୍ଧ୍ୟାରେ ସମ୍ବଲପୁରରେ ପହଂଚିବ । ଆସନ୍ତା କାଲି ସକାଳ ୧୦ଟାରେ ସରକାରଙ୍କ ଦ୍ୱାରା ବ୍ୟବସ୍ଥିତ ସ୍ୱତନ୍ତ୍ର ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ ଟ୍ରେନ ସୁବର୍ଣ୍ଣପୁର ଜିଲ୍ଲାର ୬୫ ଜଣ ବରିଷ୍ଠ ତୀର୍ଥ ଯାତ୍ରୀଙ୍କ ସହ ରାଜ୍ୟର ବିଭିନ୍ନ ଅନ୍ୟ ୯ଟି ଜିଲ୍ଲାର ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀଙ୍କୁ ନେଇ ମହାରାଷ୍ଟ୍ର ଅନ୍ତର୍ଗତ ନାସିକ ଓ ସିରିଡ଼ି ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି ।

Leave A Reply

Your email address will not be published.

fifteen + 10 =