pakka

୧୪ତମ ଆଦିବାସୀ କାର୍ଯ୍ୟକ୍ରମ ପାଇଁ କନ୍ଧମାଳ ଦଳର ଇନ୍ଦୋର ଅଭିମୁଖେ ଯାତ୍ରା

bbehera

ବାଲିଗୁଡା, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ନେହେରୁ ଯୁବ କେନ୍ଦ୍ର ତରଫରୁ ୧୪ତମ ଆଦିବାସୀ ଆଦାନ ପ୍ରଦାନ କାର୍ଯ୍ୟକ୍ରମ ପାଇଁ କନ୍ଧମାଳରୁ ଏକ ୨୦ ଜଣିଆ ଦଳ ମଧ୍ୟପ୍ରଦେଶର ଇନ୍ଦୋର ଅଭିମୁଖେ ଯାତ୍ରା କରିଛନ୍ତି । ଏହି ଅବସରରେ ବାଲିଗୁଡା ଟାଉନ ହଲ୍ ସଭାଗୃହ ଠାରେ ଏକ ଆଦିବାସୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ଉପଜିଲ୍ଲାପାଳ ଏମ.ଏସ. ମଧୁମିତା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ବାଲିଗୁଡାରେ ଅବସ୍ଥାପିତ ୧୨୭ ସିଆରପିଏଫର କମାଡେଣ୍ଟ ଆନନ୍ଦ ଝା, ଦ୍ୱିତୀୟ କମାଣ୍ଡ ଅଧିକାରୀ ମାଉଲି ମୋହନ କୁମାର, ଅଜିତ ବାବୁ ସି, ବିପିନ କୁମାର୍, କୁମାର୍ ରାଘଭେନ୍ଦ୍ର, ଡ. ରାହୁଲ ଏବଂ ଫୁଲବାଣୀ ନେହେରୁ ଯୁବ କେନ୍ଦ୍ରର ଜିଲ୍ଲା ଯୁବ ଅଧିକାରୀ ନଭନିତ କୁମାର, ସହକର୍ମୀ ସତ୍ୟବାନ୍ ଦଳବେହେରା ପ୍ରମୁଖ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡ ପଞ୍ଚାୟତ ସେଶ୍ରାଗାଁ ଓ ଚଙ୍ଗାପଦର ଗ୍ରାମର ଶ୍ରେଷ୍ଠ ୨୦ ଜଣ ଆଦିବାସୀ ଭାଇ ଭଉଣୀମାନେ ଇନ୍ଦୋର ଯାତ୍ରା କରିଛନ୍ତି । ତାଙ୍କ ସହ ଏସକଟ୍‌ ଭାବରେ ବାଲିଗୁଡା ସିଆରପିଏଫରୁ ଲିଲି ଭୋଇ ଓ ସମିରନ୍ ପୋଠକ ଯାଉଛନ୍ତି । ଏହି କାର୍ଯ୍ୟକ୍ରମ ଚଳିତ ମାସ ୨୦ ତାରିଖରୁ ୨୬ ତାରିଖ ଦୀର୍ଘ ୬ ଦିନ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଫୁଲବାଣୀ ନେହେରୁ ଯୁବ କେନ୍ଦ୍ରର ସହକର୍ମୀ ସତ୍ୟବାନ ଦଳବେହେରା ଅତିଥିମାନଙ୍କର ପରିଚୟ ପ୍ରଦାନ ସହ ସ୍ଵାଗତ କରିଥିବା ବେଳେ ବାଲିଗୁଡା ସିଆରପିଏଫର ଦ୍ୱିତୀୟ କମାଡେଣ୍ଟ ମାଉଲି ମୋହନ କୁମାର ଧନ୍ୟବାଦ ଅର୍ପଣ କରିଥିଲେ ।

jay balangir
Leave A Reply

Your email address will not be published.

3 × 2 =