ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଶୁଭାରମ୍ଭ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନାରେ ବରିଷ୍ଠ ନାଗରିକମାନେ ତୀର୍ଥ ଯାତ୍ରାରେ ବାହାରିଛନ୍ତି । ସ୍ଥାନୀୟ ପର୍ଯ୍ୟଟନ ଅଫିସରେ ମଧ୍ୟାହ୍ନରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ୱର୍ଦ୍ଧନ ଦେବାସହ ସମସ୍ତଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା । ଏହାପରେ ସେମାନେ ବସ ଯୋଗେ ସମ୍ବଲପୁର ଅଭିମୁଖେ ବାହାରିଛନ୍ତି । ଜିଲ୍ଲାପାଳ ଗୌରୱ ଶୀୱାଜୀ ଇସଲୱାର, ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ସେଠୀ ସବୁଜ ପତାକା ଦେଖେଇ ଏହି ଯାତ୍ରା ଆରମ୍ଭ କରିଥିଲେ । ସେମାନେ ସ୍ଵତନ୍ତ୍ର ଟ୍ରେନରେ ସମ୍ବଲପୁରରୁ ଯାତ୍ରା ଆରମ୍ଭ କରିବେ । ପ୍ରଥମ ପର୍ଯ୍ୟାୟରେ ଫେବୃଆରୀ ୦୬ ତାରିଖରୁ ୧୨ ତାରିଖ ପର୍ଯ୍ୟନ୍ତ ଏହି ଯାତ୍ରୀମାନେ ତୀର୍ଥ ଭ୍ରମଣ କରିବେ । ୫ ଦିନର ଏହି ଯାତ୍ରାରେ ଏହି ଯାତ୍ରୀମାନେ କୋଲକାତା ଏବଂ କାମାକ୍ଷାଦେବୀ ମନ୍ଦିର ବୁଲିବେ । ଉଭୟ ଅନଲାଇନ ଓ ଅଫଲାଇନରେ ବରିଷ୍ଠ ନାଗରିକମାନେ ନିଜକୁ ପଞ୍ଜୀକୃତ କରାଇଥିଲେ । ଭାରପ୍ରାପ୍ତ ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ରଶ୍ମୀ ରଞ୍ଜନ ମିଶ୍ରଙ୍କ ଦ୍ୱାରା ସଂପୂର୍ଣ୍ଣ କାର୍ଯ୍ୟକ୍ରମ ପରିଚାଳନା ହୋଇଯାଇଛି । ଏଥିରେ ବ୍ୟକ୍ତିଗତ ଏବଂ ଦମ୍ପତି ରୂପେ ସମୁଦାୟ ୧୩୫ଜଣ ଗ୍ରସ୍ତ କରିଛନ୍ତି । ଏହି ଯୋଜନା ମାଧ୍ୟମରେ ଜିଲ୍ଲାର ୬୦ରୁ ୭୫ ବର୍ଷ ପର୍ଯ୍ୟନ୍ତ ନାଗରିକମାନଙ୍କୁ ଦୁଇଟି ପର୍ଯ୍ୟାୟରେ ତୀର୍ଥ କରିବାର ସୁଯୋଗ ମିଳିବ । ପ୍ରଥମ ପର୍ଯ୍ୟାୟରେ ଡିସେମ୍ବର ୦୬ ତାରିଖରୁ ୧୧ତାରିଖ ଏବଂ ଦ୍ଵିତୀୟ ପର୍ଯ୍ୟାୟରେ ଆଗାମୀ ମାସ ଏହି ତୀର୍ଥ ଯାତ୍ରା ହେବ । ୨୦୧୬ରୁ ଆରମ୍ଭ ହେଇଥିବା ଏହି ଯୋଜନାରେ ରାଜ୍ୟରୁ କୋଡିଏ ହଜାରରୁ ଅଧିକ ବରିଷ୍ଠ ନାଗରିକ ଉପକୃତ ହେଇଛନ୍ତି । ଯାତ୍ରାରେ ବାହାରିଥିବା ନାଗରିକଙ୍କ ସୁବିଧା ଅସୁବିଧା ବୁଝିବା ପାଇଁ ଡାକ୍ତରୀ ଦଳ, ଏସ୍କର୍ଟ ଅଫିସରମାନେ ନିଯୋଜିତ ହେଇଛନ୍ତି ।

Leave A Reply

Your email address will not be published.