ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିବସ ଉପଲକ୍ଷେ ‘ଜୟ ଯବାନ ଜୟ କିଷାନ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିବସରେ “ଜୟ ଯବାନ ଜୟ କିଷାନ” କାର୍ଯ୍ୟକ୍ରମ ଆସନ୍ତା ୧୭ ତାରିଖ ଦିନ ୧୦ ଘଣ୍ଟା ସମୟରେ ବରଗଡ ଜିଲ୍ଲା ବିଜେପି କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ଯବାନ ଓ କିଷାନମାନଙ୍କୁ ସମ୍ବର୍ଦ୍ଧିତ କରାଯିବ । ଏଣୁ ସମସ୍ତ ପଦାଧିକାରୀମାନଙ୍କୁ ନିଜ ବହୁମୂଲ୍ୟ ସମୟ ଦେଇ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ କରିବାକୁ ବରଗଡ ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ଶ୍ରୀକାନ୍ତ ମିଶ୍ର ଅନୁରୋଧ କରିଛନ୍ତି ।

Leave A Reply

Your email address will not be published.