pakka

ସତ୍ୟବାଦୀ ହାଇସ୍ଲୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

bbehera

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ଧଣ୍ଡାମାଳ ସତ୍ୟବାଦୀ ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ହରିଶ୍ଚନ୍ଦ୍ର ଦାଶଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ଦେଓଗାଁ ବ୍ଲକ ଅଧ୍ୟକ୍ଷ ଦୟାନିଧି ଖମାରୀ ଯୋଗ ଦେଇଥିଲେ । ପ୍ରଧାନ ଶିକ୍ଷକ ପ୍ରଶାନ୍ତ ଯୋଷୀ ଅତିଥି ପରିଚୟ ସହ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ । ବିଦ୍ୟାଳୟର ବରିଷ୍ଠ ଶିକ୍ଷକ କଣ୍ଡୁରୀ ଚରଣ ରାଉତ, ଡମନ ପୋଢ, ରାଧେଶ୍ୟାମ ପଧାନ, ଚନ୍ଦ୍ରମଣି ଭାଟି ଦୁଇ ମହାପୁରୁଷଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ରବିବାର ଦିନ ସ୍ୱଚ୍ଛତା ହିଁ ସେବା ଉପରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ସମ୍ବର୍ଦ୍ଧିତ କରିଥିଲେ । ରାଜକୁମର ଭୋଇ, ସଦାନନ୍ଦ ବାଗ ଓ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଉକ୍ତ ସଭାରେ ଯୋଗ ଦେଇଥିଲେ । ପରିଶେଷରେ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ରାଜକିଶୋର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଏହିପରି ବ୍ଲକର ସମସ୍ତ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳନ ହୋଇଯାଇଛି ।

jay balangir
Leave A Reply

Your email address will not be published.

2 + 10 =

error: Content is protected !!