pakka

ଆଜି ନେତାଜୀ ଜୟନ୍ତୀ

bbehera

ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ଓଡ଼ିଶାର ବୀରପୁତ୍ର ସଂଗ୍ରାମୀ ସୁଭାଷ ଚନ୍ଦ୍ର ବୋଷଙ୍କର ଜନ୍ମ କଟକର ଓଡ଼ିଆ ବଜାରଠାରେ ହୋଇଥିଲା । ପିତାଙ୍କ ନାମ ଜାନକୀନାଥ ବୋଷ । ଜାନକୀନାଥ ବୋଷଙ୍କର ପୁତ୍ରଭାବରେ ଜନ୍ମ ଗ୍ରହଣ କରିଥିବା ସୁଭାଷ ଭାରତ ତଥା ସମଗ୍ର ବିଶ୍ୱର ବିସ୍ମୟ ବିଦ୍ରୋହୀ ସଂଗ୍ରାମୀ ନେତା ଭାବରେ ପରିଚିତ । ସେ ହେଉଛନ୍ତି ବିଶ୍ୱର ନେତାଜୀ । ସୁଭାଷ, ବାପା ଜାନକୀ ନାଥ ବୋଷଙ୍କ ଔରସରୁ ଓ ମାଆ ପ୍ରଭାବତୀ ଦେବୀଙ୍କଠାରୁ ୧୮୯୭ ମସିହା ଜାନୁଆରୀ ୨୩ ତାରିଖ ଦିନ ଓଡ଼ିଶାର କଟକ ସହରର ଓଡ଼ିଆ ବଜାରଠାରେ ଜନ୍ମ ନେଇଥିଲେ । ତାଙ୍କ ପିତା ଥିଲେ ଜଣେ ଆଇନଜୀବୀ । ୧୪ ଭାଇଭ‍ଉଣୀଙ୍କ ମଧ୍ୟରୁ ସେ ଥିଲେ ନବମ । ଅନ୍ୟ ଭାଇଭ‍ଉଣୀଙ୍କ ପରି ତାଙ୍କ ଶିକ୍ଷା ବାପଟିଷ୍ଟ ମିଶନ ଦ୍ୱାରା ପରିଚାଳିତ ପ୍ରୋଟେଷ୍ଟାଣ୍ଟ ଇଉରୋପିଆନ ସ୍କୁଲରେ ଜାନୁଆରୀ ୧୯୦୨ରେ ଆରମ୍ଭ ହେଲା । ୧୯୦୯ରେ କଟକର ରେଭେନ୍ସା କଲେଜିଏଟ ସ୍କୁଲକୁ ସ୍ଥାନାନ୍ତରଣ ପରେ ସେହିଠାରୁ ସେ ୧୯୧୩ରେ ମ୍ୟାଟ୍ରିକ ପରୀକ୍ଷାରେ ଦ୍ୱିତୀୟ ସ୍ଥାନ ରଖି ଉତ୍ତୀର୍ଣ୍ଣ ହେଲେ । ପ୍ରଥମ ଦିନରୁ ହିଁ ତାଙ୍କ ପ୍ରଧାନଶିକ୍ଷକ ବେନିମାଧବ ଦାସ ତାଙ୍କ ପ୍ରତିଭାକୁ ଚିହ୍ନିଥିଲେ । ମାଧ୍ୟମିକ ଶିକ୍ଷା ସମାପ୍ତ କଲାପରେ କଲିକତାର ପ୍ରେସିଡେନ୍‌ସି କଲେଜରେ ଦର୍ଶନ ଶାସ୍ତ୍ର ଏବଂ ସ୍କଟିସ ଚର୍ଚ୍ଚ କଲେଜରେ ପାଠ ପଢ଼ିଥିଲେ । ପ୍ରେସିଡେନ୍‌ସି କଲେଜରେ ପଢୁଥିବା ସମୟରେ ଅଧ୍ୟାପକ ସି.ଏଫ୍. ଓ୍ୱେଟେନଙ୍କ ଭାରତ ବିରୋଧୀ ମନ୍ତବ୍ୟରେ କ୍ଷୁବ୍ଧ ହୋଇ ଅନ୍ୟ ପିଲାଙ୍କ ସହିତ ତାଙ୍କୁ ଦୁର୍ବ୍ୟବହାର କରିଥିବା କାରଣରୁ କଲେଜରୁ ବହିଷ୍କୃତ ହୋଇଥିଲେ । ୧୯୧୯ ମସିହାରେ ପିତାଙ୍କ ବାଧ୍ୟବାଧ୍ୟକତାରେ ବିଲାତ ଯାଇ ୧୯୨୦ ମସିହାରେ ଆଇ.ସି.ଏସ୍‌. ପରୀକ୍ଷାରେ ଚତୁର୍ଥ ସ୍ଥାନରେ ଉତ୍ତୀର୍ଣ୍ଣ ହୋଇଥିଲେ । ୧୯୨୧ରେ ଆଇସିଏସ୍‌ର ତାଲିମ ନେଉଥିବା ବେଳେ ଭାରତରେ ଜାଲିଆନାୱାଲାବାଗ ହତ୍ୟାକାଣ୍ଡ ଘଟିଥିଲା । ତେଣୁ ସେ ଅଧାରୁ ତାଲିମ ଛାଡ଼ି ଭାରତ ଫେରି ଆସିଥିଲେ । ସୁଭାଷଙ୍କର ମାତାଙ୍କ ନାମ ପ୍ରଭାବତୀ ଦେବୀ । ସେ ଥିଲେ ଧାର୍ମିକ ଦେବପ୍ରାଣା, ସୁଭାଷ ମାତାଙ୍କର ଧର୍ମଭାବରେ ବିଶେଷଭାବରେ ପ୍ରଭାବିତ ହୋଇଥିଲେ । ମାତା ଯେ ହେତୁ ଶ୍ରୀ ଶ୍ରୀ ଠାକୁର ରାମକୃଷ୍ଣ ପରମହଂସଙ୍କର ଭକ୍ତ । ସେଥିଲାଗି ବାଲ୍ୟକାଳରେ ମାତା ପ୍ରଭାବତୀ ଦେବୀ ସୁଭାଷଙ୍କୁ କେବଳ ଠାକୁର ରାମକୃଷ୍ଣଙ୍କର ସମ୍ପର୍କିତ ବିଷୟ ବସ୍ତୁ କଥା କହି ପ୍ରଭାବିତ କରୁଥିଲେ । ନେତାଜୀ ସୁଭାଷଙ୍କର ଜନ୍ମ ଯଦିଓ ଓଡ଼ିଶାରେ ହେଲେ ତାଙ୍କର ପିତା ଜାନକୀନାଥ ବୋଷଙ୍କର ଅସଲରେ ଜନ୍ମସ୍ଥାନ ହେଉଛି ପଶ୍ଚିମବଙ୍ଗର ଚବିଶ ପ୍ରାଗଣା ଜିଲ୍ଲାରେ । ସୁଭାଷଙ୍କର ପିତା ଜାନକୀନାଥ ଥିଲେ ଜଣେ ବିଶିଷ୍ଟ ଆଇନଜ୍ଞ । ତେଣୁ ଆଇନ ବ୍ୟବସାୟ ତାଙ୍କର ପ୍ରଧାନ କର୍ମ । ସେତେବେଳେ କେଯଣସି କାରଣରୁ ଜାନକୀନାଥ କଟକ ଆସିଥାନ୍ତି । କଟକର ଐତିହାସିକ ପରିବେଶ ତାଙ୍କୁ ବହୁଭାବରେ ଆକୃଷ୍ଟ କରିବାରୁ ସେ କଟକରେ ରହି ଆଇନ ବ୍ୟବସାୟ କରିବାକୁ ଶ୍ରେଷ୍ଠ ସ୍ଥାନ ଭାବରେ ବାଛିନେଲେ ଓ କଟକରେ ରହି ଆଇନ ବ୍ୟବସାୟ ଚଳେଇଲେ । ତାଛଡା ଏହି ସମୟରେ କଟକ ତଥା ଓଡ଼ିଶା ଥିଲା ବଙ୍ଗଳା ପ୍ରେସିଡେନ୍ସିର ଏକ ଅଂଶ । ଜାନକୀନାଥଙ୍କର ଆଇନ ବ୍ୟବସାୟ କ୍ଷେତ୍ରରେ ଯୁକ୍ତି ପ୍ରବଣତା ଏବଂ ବିଚକ୍ଷଣରେ ପ୍ରଭାବିତ ହୋଇ ତଥା ସନ୍ତୁଷ୍ଟ ହୋଇ ତତ୍କାଳୀନ ଇଂରେଜ ସରକାର ତାଙ୍କୁ ଗଭର୍ଣ୍ଣମେଣ୍ଟର ପ୍ଲିଡ଼ର ଭାବରେ ନିଯୁକ୍ତି ତଥା ରାୟବାହାଦୁର ପଦବୀ ପ୍ରଦାନ କରିଥିଲେ । ଦେଶବନ୍ଧୁ ଚିତ୍ତରଞ୍ଜନ ଦାସଙ୍କ ସମ୍ପର୍କରେ ଆସିବା ପରେ ସେ ଭାରତୀୟ ଜାତୀୟ କଂଗ୍ରେସରେ ଯୋଗଦେଇ ୧୯୨୩ରେ ବଙ୍ଗଳା ପ୍ରାଦେଶିକ କଂଗ୍ରେସର କମିଟିର ସମ୍ପାଦକ ହୋଇଥିଲେ । ୧୯୨୪ ମସିହାରେ ସେ କଲିକତା ମହାନଗରୀର ମେୟର ହୋଇଥିଲେ । ୧୯୨୮ରେ କଂଗ୍ରେସ ପକ୍ଷରୁ ନିଯୁକ୍ତପ୍ରାପ୍ତ ମୋତିଲାଲ ନେହେରୁ କମିଟି ସ୍ୱାୟତ୍ତ ଶାସନ ସପକ୍ଷରେ ମତ ଦେଇଥିଲେ, କିନ୍ତୁ ଜବାହରଲାଲ ନେହେରୁ ଓ ସୁଭାଷ ବୋଷ ଉଭୟେ ପୂର୍ଣ୍ଣ ସ୍ୱାଧୀନତା ଚାହିଁଥିଲେ । ୧୯୩୦ରେ ଆଇନ ଅମାନ୍ୟ ଆନ୍ଦୋଳନ ବେଳେ ସୁଭାଷଙ୍କୁ ଗିରଫ କରି ଜେଲରେ ରଖାଯାଇଥିଲା । ତେବେ ୧୯୩୧ରେ ଗାନ୍ଧୀ-ଇରୱିନ ଚୁକ୍ତି ପରେ ତାଙ୍କୁ ଜେଲରୁ ମୁକ୍ତ କରାଯାଇଥିଲା । ୧୯୩୮ ମସିହାରେ ହରିପୁରା ଜାତୀୟ କଂଗ୍ରେସର ଅଧିବେଶନରେ ଗାନ୍ଧୀଙ୍କ ମନୋନୀତ ପ୍ରାର୍ଥୀ ପଟ୍ଟାଭିସୀତାରାମାୟାଙ୍କୁ ହରାଇ କଂଗ୍ରେସର ସଭାପତି ଭାବେ ନିର୍ବାଚିତ ହୋଇଥିଲେ । ୧୯୩୯ରେ ସେ ପୁଣିଥରେ ସେହି ପଦବୀକୁ ନିର୍ବାଚିତ ହୋଇଥିଲେ । ୧୯୩୯ରେ ସେ ଫରୱାର୍ଡ଼ ବ୍ଲକ ନାମକ ଏକ ନୂତନ ଦଳ ଗଠନ କରିଥିଲେ । ସଶସ୍ତ୍ର ଆନ୍ଦୋଳନ ଦ୍ୱାରା ହିଁ ଭାରତକୁ ବ୍ରିଟିଶ ସାମ୍ରାଜ୍ୟବାଦରୁ ମୁକ୍ତ କରିହେବ ବୋଲି ସେ ବିଶ୍ୱାସ କରୁଥିଲେ । ସେ ଇଟାଲିର ଜନନାୟକ ଗାରିବାଲ୍ଡି ଓ ମାର୍ଜିନିଙ୍କଦ୍ୱାରା ଯଥେଷ୍ଟ ଅନୁପ୍ରାଣୀତ ହୋଇଥିଲେ । ସୁଭାଷଙ୍କର ଏହି ଉଗ୍ରନୀତି ଯୋଗୁଁ ବ୍ରିଟିଶ ସରକାର ତାଙ୍କୁ କଲିକତାଠାରେ ନଜରବନ୍ଦୀ ରୂପେ ରଖିଥିଲେ । ଭାରତର ସ୍ୱାଧୀନତା ପାଇଁ ଭାରତ ବାହାରେ ରହି ଯୁଦ୍ଧ କରିବା ପାଇଁ ୧୯୪୧ ଜାନୁଆରୀ ୧୭ ତାରିଖରେ ସେ ଭାରତର ସୀମାନ୍ତ ଅତିକ୍ରମ କରି ଆଫଗାନିସ୍ଥାନ ଓ ସୋଭିଏତ ଋଷ ମଧ୍ୟ ଦେଇ ମାର୍ଚ୍ଚ ମାସରେ ବର୍ଲିନଠାରେ ପହଞ୍ଚିଥିଲେ । ଜର୍ମାନୀର ନାଜି ଶାସକ ହିଟଲରଙ୍କ ସହ ସାକ୍ଷାତ କରି ଭାରତର ସ୍ୱାଧୀନତା ହାସଲ ସମ୍ପର୍କରେ ତାଙ୍କୁ ସାହାଯ୍ୟ କରିବାକୁ ଅନୁରୋଧ କରିଥିଲେ । ବର୍ଲିନଠାରେ ଏକ ମୁକ୍ତ ଭାରତ କେନ୍ଦ୍ର ଉନ୍ମୋଚନ କଲେ ଓ ଜର୍ମାନୀ ମାଟିରେ ଫ୍ରି ଇଣ୍ଡିଆ ଆର୍ମି ଗଠନ କରିଥିଲେ । ସୁଦୂର ବର୍ଲିନରୁ ଆଜାଦ ହିନ୍ଦ ରେଡ଼ିଓ ମାଧ୍ୟମରେ ଭାରତବାସୀଙ୍କୁ ସଂଗ୍ରାମ ପାଇଁ ଆହ୍ୱାନ ଦେଇଥିଲେ । ମୋତେ ରକ୍ତ ଦିଅ, ମୁଁ ତୁମକୁ ସ୍ୱାଧୀନତା ଦେବି ଆହ୍ୱାନରେ ସମସ୍ତଙ୍କୁ ଏକଜୁଟ କଲେ । ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ଜାପାନରେ ନିର୍ବାସିତ ଭାବେ ବାସ କରୁଥିବା ରାସ ବିହାରୀ ବୋଷ ନାମକ ଜଣେ ଭାରତୀୟ ଜାପାନ, ବର୍ମା, ମାଳୟ, ପ୍ରଭୃତି ସ୍ଥାନରେ ପ୍ରବାସୀ ଭାରତୀୟ ଓ ଯୁଦ୍ଧ ବନ୍ଦୀମାନଙ୍କୁ ଏକତ୍ରିତ କରି ଭାରତୀୟ ସ୍ୱାଧୀନତା ଲିଗ ଗଠନ କଲେ । ସୁଭାଷ ସିଙ୍ଗାପୁରରେ ଆଜାଦ ହିନ୍ଦ ଫୌଜର ଦାୟିତ୍ୱ ଗ୍ରହଣ କଲେ ଏବଂ ୧୯୪୩ ମସିହା ଅକ୍ଟୋବର ୨୧ତାରିଖ ଦିନ ସେଠାରେ ଏକ ଅସ୍ଥାୟୀ ସ୍ୱାଧୀନ ସରକାର ଗଠନ କଲେ । ସେହିଠାରୁ ସେ ଆହ୍ୱାନ ଦେଇଥିଲେ ଦିଲ୍ଲୀ ଚଲୋ । ଏହା ସହିତ ଆରମ୍ଭ ହେଲା ଆଜାଦ ହିନ୍ଦ ଫୌଜର ଅଭିଯାନ । ୧୯୪୪ ମାର୍ଚ୍ଚ ୧୮ ତାରିଖରେ ଆଜାଦ ହିନ୍ଦ ଫୌଜ ବର୍ମା ସୀମା ଅତିକ୍ରମ କରି ଭାରତୀୟ ମାଟିରେ ପାଦ ଥାପିଥିଲା ଓ ମଣିପୁରର ଇମ୍ଫାଲ ଯାଏଁ ଏହି ଅଭିଯାନ ଅଗ୍ରସର ହେଲା । ଦୃଢ଼ ପଦକ୍ଷେପରେ ଅଗ୍ରସର ହେଉଥିବା ଆଜାଦ ହିନ୍ଦ ଫୌଜ ଉପରେ ବ୍ରିଟିଶ ବାହିନୀ ଉଭୟ ସ୍ଥଳ ଓ ଆକାଶ ପଥରୁ ଆକ୍ରମଣ କରି ଇମ୍ଫାଲଠାରେ ତାଙ୍କୁ ପରାସ୍ତ କଲା । ଶାହନୱାଜ କମିଟି, ଖୋସଲା କମିଶନ, ମୂଖାର୍ଜୀ କମିଶନ ପରି ଅନେକ କମିଶନ ଅଫ ଇନକ୍ୱାରି ବସିଥିଲେ ମଧ୍ୟ ତାଙ୍କର ମୃତ୍ୟୁର କାରଣ ଏବଂ ସମୟ ସଠିକ ଭାବେ ନିରୁପିତ ହୋଇପାରିନାହିଁ ।

Leave A Reply

Your email address will not be published.

ten − 7 =