ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ଆଜି ଗୁଡଭେଲା ବ୍ଲକ ଅଧୀନସ୍ଥ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରାଠାରେ ପ୍ରଧାନ ଶିକ୍ଷକ ହେମନ୍ତ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ମା’ ଭାରତୀଙ୍କ ଦୁଇଜଣ ବରପୁତ୍ରଙ୍କ ପୁଣ୍ୟ ଜନ୍ମତିଥି ଅବସରରେ ସର୍ବ ପ୍ରଥମେ ସେହି ଦୁଇଜଣ ପୁଣ୍ୟାତ୍ମାଙ୍କ ଫଟୋଚିତ୍ରରେ ଦୀପ ପ୍ରଜ୍ଜ୍ଵଳନ କରି ଚରଣ କମଳରେ ପୁଷ୍ପ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଏଥିରେ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା ସମିତି ସଦସ୍ୟା ଶ୍ରୀମତୀ ମାୟାବତୀ ଛତ୍ରିଆ ଓ ଶିକ୍ଷୟିତ୍ରୀ ପ୍ରଶାନ୍ତି ଦାସ ଯୋଗ ଦେଇଥିଲେ । ଶିକ୍ଷୟିତ୍ରୀ ରଞ୍ଜିତା ନାଗ ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷୟିତ୍ରୀ ବିନ୍ଦୁ ମାହାଣା ଧନ୍ୟବାଦ ଅର୍ପଣ କରିଥିଲେ । ଶିଶୁମାନେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୀବନୀ ଆଧାରିତ ବକ୍ତବ୍ୟ ପ୍ରଦାନ କରିଥିଲେ ।

Leave A Reply

Your email address will not be published.