ତୁରେକେଲା କ୍ଲଷ୍ଟରରେ ଉତ୍କଳ ମଣି ଜୟନ୍ତୀ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ବୁଡିବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଉତ୍କଳ ମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ଆୟୋଜିତ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ ମାଝୀ, ସୁଶୋଭିତ ରାଉତ, ପ୍ରଦୀପ କୁମାର ମେହେର ମଞ୍ଚାସୀନ ଥିଲେ । ସର୍ବ ପ୍ରଥମେ ଗୋପବନ୍ଧୁ ଦାସଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଓ ଧୂପଦୀପ ପ୍ରଦାନ ପୂର୍ବକ ପୂଜାର୍ଚ୍ଚନା କରାଯାଇଥିଲା । ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ସମାଜର ହିତ ସକାଶେ ସଦାସର୍ବଦା କାମ କରିବା ସହିତ ଉତ୍କଳ ମଣିଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାପାଇଁ ଶ୍ରୀ ଦାଶ କହିଥିଲେ । ସଭାପରେ ସମସ୍ତଙ୍କୁ ମିଷ୍ଠାନ୍ନ ବଣ୍ଟନ କରାଯାଇଥିଲା ।

Leave A Reply

Your email address will not be published.