ବଲାଙ୍ଗିର, (କେପିଏନ୍ଏସ୍) : ଆଜି ବଲାଙ୍ଗିର ସଦରମହକୁମା ଠାରେ ଲୌହ ମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଉପଲକ୍ଷେ ‘ଏକତା ଦିବସ’ ପାଳନ କରାଯାଇଛି । ଏହି ଅବସରରେ ବଲାଙ୍ଗିରରେ ଏକତା ଦୌଡ଼ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଗୌରବ ଶିବାଜି ଇସଲୱାର ଓ ଅତିରିକ୍ତ ଜିଲ୍ଲାପାଳ ଡଃ. ବିଜୟାନନ୍ଦ ସେଠି ଯୋଗଦାନ କରିଥିଲେ । ଜିଲ୍ଲାପାଳ, ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଫୋଟଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ଵଳନ କରିଥିଲେ । ଏଥି ସହିତ ରନ୍ ଫର୍ ୟୁନିଟି ଦୌଡ଼ କାର୍ଯ୍ୟକ୍ରମକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ ଏକତା ଦୌଡ଼ରେ ସାମିଲ ହୋଇଥିଲେ । ଏହି ଏକତା ଦୌଡ଼, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ଆରମ୍ଭ ହୋଇ ମହିଳା ମହାବିଦ୍ୟାଳୟ ପର୍ଯ୍ୟନ୍ତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ବ୍ୟକ୍ତିବିଶେଷ, ଅଧିକାରୀ, କର୍ମଚାରୀ, ଖେଳ ଶିକ୍ଷକ ଶିକ୍ଷୟିତ୍ରୀ, ବିଦ୍ୟାଳୟ, ମହାବିଦ୍ୟାଳୟର ଛାତ୍ରଛାତ୍ରୀ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ । ଏକତା ଦିବସ ପାଳନ ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ରାଷ୍ଟ୍ରୀୟ ଏକତା ଦିବସ ଶପଥ ପାଠ ଅନୁଷ୍ଠିତ ହୋଇଥିଲା । ଏହି ଶପଥ ପାଠ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ, ପବିତ୍ର ବେହେରା ଏବଂ ଡଃ. ବିଜୟାନନ୍ଦ ସେଠି ଉପସ୍ଥିତ ରହି ଅଧିକାରୀ ଓ କର୍ମଚାରୀଙ୍କୁ ଏକତା ଦିବସ ଶପଥ ପାଠ ଦେଇଥିଲେ ।
 
			