ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଚଳିତ ବର୍ଷର ଜିଲ୍ଲାସ୍ତରୀୟ ରାଜା ସାହେବ ରାମଚନ୍ଦ୍ର ମର୍ଦ୍ଦରାଜ ଦେଓ ଜୟନ୍ତୀ ଉତ୍ସବ ପାଳନ ଉପଲକ୍ଷେ ବିଦ୍ୟାଳୟ ଓ ମହା ବିଦ୍ୟାଳୟ ସ୍ତରରେ ଓଡିଆ ବକ୍ତୃତା ପ୍ରତିଯୋଗିତା ଏବଂ ଓଡିଆ ପ୍ରବନ୍ଧ ପ୍ରତିଯୋଗିତା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି । ଉଚ୍ଚ ବିଦ୍ୟାଳୟ ସ୍ତରରେ ମହାରାଜା ରାମଚନ୍ଦ୍ର ମର୍ଦ୍ଦରାଜଙ୍କ ୫ଟି କୃତିତ୍ୱ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସ୍ତରରେ ସସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନରେ ରାମଚନ୍ଦ୍ର ମର୍ଦ୍ଦରାଜଙ୍କ ଅବଦାନ ଏବଂ ମହା ବିଦ୍ୟାଳୟ ସ୍ତରରେ ଓଡିଆ ଭାଷା ଓ ଭୂମିର ସୁରକ୍ଷାରେ ରାମଚନ୍ଦ୍ର ମର୍ଦ୍ଦରାଜଙ୍କ ଅବଦାନ ଉପରେ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଉଚ୍ଚ ବିଦ୍ୟାଳୟ ସ୍ତରରେ ସ୍ମିତାଞ୍ଜଳୀ ସାହୁ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ, ଜ୍ଞାନଜ୍ୟୋତି ରାଜ୍, ସରସ୍ୱତୀ ଶିଶୁ ମନ୍ଦିର ଦ୍ୱିତୀୟ ସ୍ଥାନ ହାସଲ କରିଥିବା ବେଳେ ରିତୁପର୍ଣ୍ଣା ପ୍ରଧାନ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ତୃତୀୟ ସ୍ଥାନ ହାସଲ କରିଛନ୍ତି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସ୍ତରରେ ଅବନ୍ତିକା ସ୍ୱାଇଁ ପ୍ରତିଭା ଆବାସିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରଥମ ସ୍ଥାନ, ସୁପ୍ରଭା ପ୍ରିୟଦର୍ଶିନୀ ବେହେରା, ପ୍ରତିଭା ଆବାସିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଦ୍ୱିତୀୟ ସ୍ଥାନ ହାସଲ କରିଥିବା ବେଳେ ଜି. ସଂଗୀତା ପଣ୍ଡିତ ନୀଳକଣ୍ଠ ଉତ୍କଳ ଏକାଡେମୀ କଲେଜ ତୃତୀୟ ସ୍ଥାନ ହାସଲ କରିଛନ୍ତି । ସେହିପରି ମହାବିଦ୍ୟାଳୟ ସ୍ତରରେ ଶିଖା ନାୟକ, ସରକାରୀ ବିଜ୍ଞାନ ମହାବିଦ୍ୟାଳୟ ପ୍ରଥମ ସ୍ଥାନ, ରେଶ୍ମା ସ୍ୱାଇଁ ଛତ୍ରପୁର ମହିଳା ସ୍ନାତକ ମହାବିଦ୍ୟାଳୟ ଦ୍ୱିତୀୟ ସ୍ଥାନ ହାସଲ କରିଥିବା ବେଳେ ସୁତାରୀ ସୋନାଲି ରେଡୀ ଛତ୍ରପୁର ମହିଳା ସ୍ନାତକ ମହାବିଦ୍ୟାଳୟ ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଉଚ୍ଚ ବିଦ୍ୟାଳୟ ସ୍ତରୀୟ ପ୍ରବନ୍ଧ ପ୍ରତିଯୋଗିତାରେ ରିତୁପର୍ଣ୍ଣା ପ୍ରଧାନ, ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ, ସ୍ମିତାଞ୍ଜଳୀ ସାହୁ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସ୍ତରରେ ପ୍ରବନ୍ଧ ପ୍ରତିଯୋଗିତାରେ ସୁପ୍ରଭା ପ୍ରିୟଦର୍ଶିନୀ ବେହେରା ପ୍ରତିଭା ଆବାସିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପ୍ରଥମ ସ୍ଥାନ, ଅବନ୍ତିକା ସ୍ୱାଇଁ ପ୍ରତିଭା ଆବାସିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଦ୍ୱିତୀୟ ସ୍ଥାନ ଓ ଆର୍. ଶ୍ରୀ ରେଡୀ ଛତ୍ରପୁର ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ସେହିପରି ମହାବିଦ୍ୟାଳୟ ସ୍ତରରେ ରେଶ୍ମା ସ୍ୱାଇଁ ଛତ୍ରପୁର ମହିଳା ସ୍ନାତକ ମହାବିଦ୍ୟାଳୟ ପ୍ରଥମ ସ୍ଥାନ, ସୁତାରୀ ସୋନାଲି ରେଡୀ ଛତ୍ରପୁର ମହିଳା ସ୍ନାତକ ମହାବିଦ୍ୟାଳୟ ଦ୍ୱିତୀୟ ସ୍ଥାନ ଏବଂ ପି. କିଶୋର ରାଓ ପଣ୍ଡିତ ନୀଳକଣ୍ଠ ଉତ୍କଳ ଏକାଡେମୀ କଲେଜ ତୃତୀୟ ସ୍ଥାନ ହାସଲ କରିଛନ୍ତି । ସମସ୍ତ ପ୍ରତିଯୋଗିତା ଗୁଡିକ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୌରଭ ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ପରିଚାଳିତ ହୋଇଥିଲା ।