jayashree

ଡିଏଭି ସ୍କୁଲରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବାସନ୍ତୀ ନଗରସ୍ଥିତ ଡିଏଭି ପବ୍ଲିକ ସ୍କୁଲ ପ୍ରାଙ୍ଗଣରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କର ୧୬୫ତମ ଜନ୍ମ ଜୟନ୍ତୀ ପାଳନ ହୋଇଯାଇଛି । ବିଦ୍ୟାଳୟର ସହ ସଂଯୋଜକ ବିଜୟ କୁମାର ମିଶ୍ର ପ୍ରଦୀପ ପ୍ରଜ୍ୱଳନ କରି କାର୍ଯ୍ୟକ୍ରମର ପ୍ରାରମ୍ଭ କରିଥିଲେ ତଥା ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ ଭକ୍ତି ସୁମନ ଅର୍ପଣ କରିଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀମାନେ କବିଙ୍କ ରଚିତ କବିତା ପାଠ ତଥା ଓଡ଼ିଆ ସାହିତ୍ୟ ପ୍ରତି ତାଙ୍କ ଅବଦାନ ଉପରେ ନିଜ ନିଜ ବକ୍ତବ୍ୟ ରଖିଥିଲେ । ଓଡ଼ିଆ ବିଭାଗର ସମସ୍ତ ଶିକ୍ଷକ ଏବଂ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହି କାର୍ଯ୍ୟକ୍ରମଟିକୁ ସାଫଲ୍ୟ ମଣ୍ଡିତ କରିଥିଲେ । ସମସ୍ତ କାର୍ଯ୍ୟକ୍ରମଟିକୁ ପରିଚାଳିତ କରିଥିଲେ ବିଦ୍ୟାଳୟର ଓଡ଼ିଆ ବିଭାଗର ଶିକ୍ଷୟିତ୍ରୀ ଶ୍ରୀମତୀ ସ୍ମିତା ସୁଚରିତା ।

Leave A Reply

Your email address will not be published.