jayashree

ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ବ୍ରହ୍ମପୁର, ( କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରାଞ୍ଚଳର ଶ୍ରୀରାମନଗରରେ ଅବସ୍ଥାପିତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଅତି ଉତ୍ସାହର ଉଦ୍ଦୀପନା ମଧ୍ୟରେ ଏହି ଜାତୀୟ ଦିବସ ପାଳନ କରାଯାଇଥିଲା । ବିଦ୍ୟାଳୟର ସଭାପତି ତଥା ବରିଷ୍ଠ ହାଇକୋର୍ଟ ଓକିଲ ପଦ୍ମଚରଣ ସାହୁ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରି ଏହି କାର୍ଯ୍ୟକ୍ରମ ଟିକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ବରିଷ୍ଠ ଆଚାର୍ଯ୍ୟ ସୁକାନ୍ତ କୁମାର ସାହୁ ଅତିଥିମାନଙ୍କ ପରିଚୟ ସହ ସ୍ଵାଗତ ସମ୍ଭାଷଣ ପ୍ରଦାନ କରିଥିଲେ । ଗାନ୍ଧୀଙ୍କର ସତ୍ୟ ଓ ଅହିଂସା ନୀତି ଓ ଶାସ୍ତ୍ରୀଙ୍କର ଦେଶପ୍ରେମ ଭାବନାରେ ବ୍ରତୀ ହୋଇ ଥିଲେ, ସେ ବିଷୟରେ ଶିଶୁଙ୍କୁ ମାର୍ଗଦର୍ଶନ କରିଥିଲେ । ଶିଶୁମାନଙ୍କ ଅଭିଭାଷଣ ଓ ସଭାପତିଙ୍କ ଆର୍ଶୀବଚନ ପରେ ବରିଷ୍ଠ ଆଚାର୍ଯ୍ୟ ନିହାର ରଞ୍ଜନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ପରିଚାଳାନା ସମିତିର ସଦସ୍ୟ ରାମପ୍ରସାଦ ପଟ୍ଟନାୟକ, ସହକାରୀ ପ୍ରଧାନାଚାର୍ଯ୍ୟ ଏସ୍‌.ତ୍ରିନାଥ ରେଡ୍ଡୀଙ୍କ ସମେତ ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ସକ୍ରୀୟ ସହଯୋଗ କରିଥିଲେ ।

Leave A Reply

Your email address will not be published.