pakka

ବରଗଡ ପଞ୍ଚାୟତ କଲେଜରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ

bbehera

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପଞ୍ଚାୟତ ମହାବିଦ୍ୟାଳୟ, ବରଗଡର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ, ଆନୁକୁଲ୍ୟରେ ଆଜି ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ପୂର୍ବତନ ସାଂସଦ ଡ. ପ୍ରଭାସ ସିପ୍ସ ଯୋଗ ଦେଇଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ପତିତପାବନ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ଉତ୍ତର ଓଡ଼ିଶା ବିଶ୍ଵବିଦ୍ୟାଳୟର ଓଡ଼ିଆ ବିଭାଗର ପ୍ରାଧ୍ୟାପକ ଡ. ବବ୍ରୁ ବାହନ ମହାପାତ୍ର ଯୋଗଦେଇ ମେହେର ସାହିତ୍ୟର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ବିଭାଗ ପକ୍ଷରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତି ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଛାତ୍ରଛାତ୍ରୀମାନେ ସ୍ଵଭାବ କବିଙ୍କ କବିତା ପ୍ରାରମ୍ଭିକ ସଂଗୀତ ଭାବେ ଗାନ କରିଥିଲେ । ଏହି ଅବସରରେ କଲେଜର ସମସ୍ତ ଅଧ୍ୟାପକ କର୍ମଚାରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.

ten + 15 =