ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୫ତମ ଜୟନ୍ତୀ

ଭୁବନେଶ୍ୱର : ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୫ତମ ଜୟନ୍ତୀ । ମଧୁବାବୁଙ୍କ ଜନ୍ମ ଉତ୍ସବ ପାଇଁ ଚଳଚଞ୍ଚକ ମଧୁବାବୁଙ୍କ ଜନ୍ମପୀଠ ସତ୍ୟଭମାପୁର । ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ ନିଜର ଭକ୍ତିପୁତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ଆଜି ସନ୍ଧ୍ୟାରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧୁବାବୁଙ୍କ ଜନ୍ମପୀଠ ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି । ସନ୍ଧ୍ୟା ୬ଟାରେ ସତ୍ୟଭାମାପୁରରେ ମଧୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ କେନ୍ଦ୍ରମନ୍ତ୍ରୀ । ୭ଟା ବେଳେ ସାଲେପୁରରେ ଏକ ଶୋଭାଯାତ୍ରାରେ ଯୋଗ ଦେବେ । ସାଲେପୁରରେ ଆୟୋଜିତ ମଧୁ ଜୟନ୍ତୀ ଓ ସାଲେପୁର ମହୋତ୍ସବରେ ଯୋଗ ଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

Leave A Reply

Your email address will not be published.