ଓଡିଆ ଭାଷା ବିକାଶ ମଞ୍ଚ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ପ୍ରଗତିଶୀଳ ସାହିତ୍ୟାନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳନ କରାଯାଇଛି । ମଂଚର ସଂପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସଭାପତି ତଥା ଶିକ୍ଷାବିତ ପ୍ରଶାନ୍ତ କୁମାର ପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହାତ୍ମା ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ତ୍ୟାଗପୂତ ଜୀବନୀ ଓ ଅହିଂସା ସଂପର୍କରେ ଆଲୋଚନା କରିଥିଲେ । ଅନ୍ୟତମ ଅତିଥି ଡଃ ସୁମନ ଦତ୍ତ, ସାମାଜିକ କର୍ମୀ ପଶୁପତିନାଥ ଚାଟାର୍ଜୀ ସ୍ୱାଧୀନତା ସଂଗ୍ରାମରେ ଏହି ମହାମନିଷୀ ଦ୍ୱୟଙ୍କ ଅବଦାନ ସଂପର୍କରେ ଆଲୋଚନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସର୍ବଶ୍ରୀ ଡାକ୍ତର ବସନ୍ତ କୁମାର ଦାସ, ନାଟ୍ୟକାର ପ୍ରଫୁଲ୍ଲ ସାମଲ ଓ କବି କୁଞ୍ଜବିହାରୀ ରାଉତ ପ୍ରମୁଖ ଉପସ୍ଥିତ ଥିଲେ । ପ୍ରାରମ୍ଭରେ ସମସ୍ତ ସଭ୍ୟ ସିଭିକ ସେଣ୍ଟର୍‌ଠାରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।

Leave A Reply

Your email address will not be published.