ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଲୋଇସିପ୍ସହାରେ ନେତାଜୀ ଏବଂ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

ଲୋଇସିଂହା, (କେପିଏନ୍‌ଏସ୍‌) : ଲୋଇସିଂହା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଦୁଇ ବରପୁତ୍ର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ବିପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଶିକ୍ଷକ ଗୌରୀ ଶଙ୍କର ବେଜ ଯୋଗ ଦେଇ ଉଭୟ ବରପୁତ୍ରଙ୍କ ବିଷୟରେ ସ୍ମୃତିଚାରଣ କରିଥିଲେ । ବିଦ୍ୟାଳୟର ଗୁରୁମା ସଙ୍ଗୀତା ସାହୁ ବୀର ସୁରେନ୍ଦ୍ର ସାଏଙ୍କ ବିଷୟରେ ଏବଂ ଗୁରୁଜୀ ଶତୃଘ୍ନ ବିଶ୍ୱାଲ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ । ପ୍ରଧାନ ଆଚାର୍ଯ୍ୟ ସନାତନ ମିଶ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଗୁରୁମା ବବିତା ମାହାଣା ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀ, ଆଚାର୍ଯ୍ୟ ଆଚାର୍ଯ୍ୟା ନଗର ପରିକ୍ରମା କରିବା ସହିତ ଶିଶୁ ବାଟିକାର ଭାଇ ଭଉଣୀ ବିଭିନ୍ନ ବେଶରେ ସଜାଇ ହୋଇଥିଲେ ।

Leave A Reply

Your email address will not be published.